Posted inଖେଳ

ଉପରକୁ ଉଠିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଘରୋଇ ଦଳକୁ ପରାସ୍ତ କରିଥିଲା। ଭାରତର ଏହି ବିଜୟ ସହିତ ସିରିଜ ୧-୧ରେ ବରାବର ହୋଇଥିଲା। ବର୍ତ୍ତମାନ ଆଇସିସି ଟେଷ୍ଟର ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏଥିରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁତ ଉପକୃତ ହୋଇଛନ୍ତି। ରୋହିତ ଶ୍ରେଷ୍ଠ ୧୦ରେ ସ୍ଥାନ ପାଇଛନ୍ତି। କୋହଲି ମଧ୍ୟ ଉପରକୁ ଉଠିଛନ୍ତି। ଟେଷ୍ଟରେ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗର ଶ୍ରେଷ୍ଠ ୧୦ରେ ୨ ଜଣ ଭାରତୀୟ ବ୍ୟାଟ୍ସମ୍ୟାନ ଅଛନ୍ତି।
ଟେଷ୍ଟ ର଼୍ୟାଙ୍କିଙ୍ଗରେ ଟିମ ଇଣ୍ଡିଆ ଅଧିନାୟକ ରୋହିତ ଦଶମ ସ୍ଥାନରେ ପହଞ୍ଚିଛନ୍ତି। ରୋହିତଙ୍କୁ ୭୪୮ ରେଟିଂ ମିଳିଛି। କୋହଲି ୩ଟି ସ୍ଥାନ ଉପରକଚ ଷଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। କୋହଲିଙ୍କୁ ୭୭୫ ରେଟିଂ ମିଳିଛି। ଟେଷ୍ଟରେ ବ୍ୟାଟ୍ସମ୍ୟାନ ମାନ୍ୟତାରେ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଖେଳାଳି କେନ ୱିଲିୟମ୍ସନ ଶୀର୍ଷରେ ରହିଛନ୍ତି। ଇଂଲଣ୍ଡର ଜୋ ରୁଟ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅଷ୍ଟ୍ରେଲୀୟ ଖେଳାଳି ଷ୍ଟିଭ ସ୍ମିଥ ତୃତୀୟ ସ୍ଥାନରେ ଅଛନ୍ତି। ମାର୍ନସ ଲାବୁସାଗ୍ନେ ତିନୋଟି ସ୍ଥାନ ଉପରକୁ ଉଠି ଚତୁର୍ଥ ନମ୍ବରରେ ପହଞ୍ଚିଛନ୍ତି।
ଯଦି ଆମେ ଟେଷ୍ଟର ବୋଲିଂ ର଼୍ୟାଙ୍କିଙ୍ଗରେ ଟିମ ଇଣ୍ଡିଆର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୀର୍ଷରେ ଅଛନ୍ତି। ଅଷ୍ଟ୍ରେଲୀୟ ଖେଳାଳି ପ୍ୟାଟ କମିନ୍ସ ଗୋଟିଏ ସ୍ଥାନ ହାସଲ କରିଛନ୍ତି। ସେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଦକ୍ଷିଣ ଆଫ୍ରିକାର ବୋଲର କାଗିସୋ ରାବାଡା ତିନି ନମ୍ବରରେ ପହଞ୍ଚିଛନ୍ତି। ଟିମ ଇଣ୍ଡିଆ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଗୋଟିଏ ସ୍ଥାନ ଉପରକୁ ଉଠି ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି। ରବିନ୍ଦ୍ର ଜାଡେଜା ପଞ୍ଚମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri