Posted inଖେଳ

କୋଟି କୋଟି ପ୍ରଶଂସକଙ୍କୁ ନିରାଶ କରିବା ପରେ ଅଧିନାୟକ କୋହଲି ରଖିଲେ ଏଭଳି ପ୍ରତିକ୍ରିୟା, କହିଲେ..

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିବାରାତ୍ର ଟେଷ୍ଟରେ ଭାରତ ୮ ଉଇକେଟରେ ପରାଜିତ ହୋଇଛି। ବିରାଟ କୋହଲୀଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଦଳ ୨୪୪ ରନ୍‌ କରିଥିବା ବେଳେ ଜବାବରେ ଅଷ୍ଟ୍ରେଲିଆ ଦଳ ୧୯୧ ରନ୍‌ କରି ଅଲ୍‌ଆଉଟ୍‌ ହୋଇଥିଲା। ପରେ ଦ୍ୱିତୀୟ ଇନିଂସରେ ଖେଳି ଭାରତୀୟ ଦଳ ମାତ୍ର ୩୬ ରନ୍‌ କରିଥିଲା। ମୋଟ ୯୦ ରନ୍‌ର ବିଜୟଲକ୍ଷ୍ୟକୁ ସାମ୍ନା କରୁଥିବା ଘରୋଇ ଦଳ ୨ ଉଇକେଟ ହରାଇ ସହଜ ବିଜୟ ହାସଲ କରିଛି।

ଭାରତୀୟ ଦଳର ଏଭଳି ଶୋଚନୀୟ ପରାଜୟକୁ ନେଇ କୋହଲି କହିଛନ୍ତି, ଏଭଳି ଭାବନାକୁ ଶବ୍ଦରେ କହିବା ବହୁତ କଷ୍ଟକର। ଆମ ୬୦ ରନ୍‌ରେ ଆଗୁଆ ଥିଲୁ। ହେଲେ ବ୍ୟାଟିଂ ବିପର୍ଯ୍ୟସ୍ତ ଘଟିଥିଲା। ଯେତେବେଳେ ଦୁଇଦିନ ପର୍ଯ୍ୟନ୍ତ କଠିନ ପରିଶ୍ରମ କରି ନିଜକୁ ମଜଭୂତ ସ୍ଥିତିରେ ପହଞ୍ଚାଇବା ପରେ ଏକ ଘଣ୍ଟା ମଧ୍ୟରେ ଏଭଳି ସ୍ଥିତିରେ ଦେଖିବା କଷ୍ଟଦାୟକ। ଏହି ସମୟରେ ଅଧିକ ବିଶ୍ୱାସ ଦେଖାଇବାର ଆବଶ୍ୟକତା ଥିଲା। ତେବେ ଦଳ ଆଗାମୀ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri