Posted inଖେଳ

୬.୫ ବର୍ଷ ପରେ ଅନ୍ତର୍ଜାତୀୟ ଟି-୨୦ରେ ବୋଲିଂ କଲେ କୋହଲି: ଦେଲେ ଏତିକି ରନ୍‌

ଦୁବାଇ,୧।୯: କ୍ରିକେଟର ସମସ୍ତ ତିନୋଟି ଫର୍ମାଟରେ ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲି ଅନେକ ରେକର୍ଡ ହାସଲ କରିଛନ୍ତି। ୩ ଫର୍ମାଟରେ ବିରାଟ ହାରାହାରି ୫୦ ପାଖାପାଖି ସ୍କୋର କରିଛନ୍ତି। କିନ୍ତୁ ଅନେକ ଥର ତାଙ୍କୁ ବୋଲିଂ ମଧ୍ୟ କରୁଥିବା ଦେଖିବାକୁ ମିଳେ। ସାଢେ ୬ ବର୍ଷ ବ୍ୟବଧାନ ପରେ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ସେ ବୋଲିଂ କରିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏସିଆ କପ୍‌ ୨୦୨୨ରେ ହଂକଂ ବିପକ୍ଷ ମ୍ୟାଚ ସମୟରେ ଏପରି ଏକ ମୁହୂର୍ତ୍ତ ଦେଖିବାକୁ ମିଳିଥିଲା।
୩୩ ବର୍ଷୀୟ କୋହଲି ଏହି ମ୍ୟାଚ୍‌ରେ ପ୍ରଥମେ ଅର୍ଦ୍ଧଶତକ ହାସଲ କରିଥିଲେ। ପରେ ହଂକଂ ବିପକ୍ଷ ଇନିଂସର ୧୭ତମ ଓଭର ବୋଲିଂ କରିବାକୁ ଆସିଥିଲେ। ସେ ସେହି ଓଭରରେ ୬ ରନ ଦେଇଥିଲେ ମଧ୍ୟ ଗୋଟିଏ ଉଇକେଟ ପାଇ ନ ଥିଲେ।
ସୂଚନାଯୋଗ୍ୟ, ମୁମ୍ବାଇରେ ୱେଷ୍ଟଇଣ୍ଡିଜ ବିପକ୍ଷ ୨୦୧୬ ଟି-୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ ସମୟରେ ବିରାଟ କୋହଲି ଶେଷ ଥର ବୋଲିଂ କରିଥିଲେ। ଏପର୍ଯ୍ୟନ୍ତ କୋହଲି ୧୦୧ ଟି-୨୦ ମ୍ୟାଚ ଖେଳି ବିରାଟ ୧୨ ଥର ବୋଲିଂ କରି ୪ଟି ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri