Posted inଖେଳ

ପାକିସ୍ତାନ ଖେଳାଳିଙ୍କ ଜୋତା ଫିତା ବାନ୍ଧି ଦେଲେ ବିରାଟ କୋହଲି, ଆସିଲା ଏମିତି ରିଆକ୍ସନ

ଦୁବାଇ,୨୪।୨: ପାକିସ୍ତାନ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିରେ ବିରାଟ କୋହଲିଙ୍କ ବ୍ୟାଟ ଚମକିଥିଲା। ସେ ୧୧୧ ବଲରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଦୀର୍ଘ ସମୟ ଧରି ଫର୍ମରେ ନ ଥିବା କୋହଲିଙ୍କ ଏହି ଇନିଂସ ତାଙ୍କୁ ଟୁର୍ଣ୍ଣାମେଣ୍ଟରେ ମାନସିକ ଭାବରେ ଆହୁରି ଦୃଢ଼ କରିବ। ଏହା ଟିମ ଇଣ୍ଡିଆ ପାଇଁ ମଧ୍ୟ ଏକ ଭଲ ଖବର। କୋହଲି ବ୍ୟାଟିଂ ପୂର୍ବରୁ ଫିଲ୍ଡିଂ କରୁଥିବା ସମୟରେ ମଧ୍ୟ ସେ ଏପରି କିଛି କରିଥିଲେ ଯାହା ଇଣ୍ଟରନେଟରେ ଆଲୋଚନା ହେବା ଆରମ୍ଭ କରିଥିଲା। ସେ ବିପକ୍ଷ ଦଳର ଖେଳାଳି ନସୀମ ଶାହଙ୍କ ଜୋତାର ସୂତା ବାନ୍ଧି ଦେଇଥିଲେ।
ଯେତେବେଳେ ନସୀମ ଶାହ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସିଲେ, ସେ ବିରାଟ କୋହଲିଙ୍କଠାରୁ ସାହାଯ୍ୟ ମାଗିଲେ। ସେ ମୋତେ ତାଙ୍କ ଜୋତାର ଫିତାକୁ ଟାଇଟ କରିବାକୁ କହିଲେ। ପ୍ୟାଡ ପିନ୍ଧିବାଥିବା ବେଳେ ବ୍ୟାଟସମ୍ୟାନଙ୍କ ପାଇଁ ତାଙ୍କ ଜୋତା ଫିତା ବାନ୍ଧିବା କଷ୍ଟକର ହୋଇଯାଏ, ତେଣୁ ସେ ନିଜେ ଏହା କରିପାରନ୍ତି ନାହିଁ। କୋହଲି ତାଙ୍କୁ ସାହାଯ୍ୟ କରିଥିଲେ, ଏହାର ଫଟୋ ଇଣ୍ଟରନେଟରେ ଭାଇରାଲ ହୋଇଥିଲା। ଯାହା ପରେ ସୋସିଆଲ ମିଡିଆରେ ମିଶ୍ରିତ ପ୍ରତିକ୍ରିୟା ଆସିଥିଲା। କ୍ରିକେଟର ମନୋଭାବ ଦେଖାଇବା ପାଇଁ ପ୍ରଶଂସକମାନେ କୋହଲିଙ୍କୁ ପ୍ରଶଂସା କରିଥିଲେ।
ପାକିସ୍ତାନ ଟସ ଜିତିଥାଇପାରେ କିନ୍ତୁ ସେମାନେ ଏହାର ଫାଇଦା ଉଠାଇପାରିଲେ ନାହିଁ। ସମଗ୍ର ଦଳ ୨୪୧ ରନରେ ଅଲଆଉଟ ହୋଇଯାଇଥିଲା। ପାକିସ୍ତାନ ପକ୍ଷରୁ ସୌଦ ଶକିଲ ସର୍ବାଧିକ ରନ (୬୨) କରିଥିଲେ। ମହମ୍ମଦ ରିଜୱାନ ୪୬ ରନର ଇନିଂସ ଖେଳିଥିଲେ।
ଭାରତ ପକ୍ଷରୁ କୁଲଦୀପ ଯାଦବ ସର୍ବାଧିକ ୩ଟି ୱିକେଟ ନେଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଗୁରୁତ୍ୱପୂର୍ଣ୍ଣ ୱିକେଟ ନେଇଥିଲେ। ସେ ପ୍ରଥମେ ବାବର ଆଜମ ଏବଂ ତା’ପରେ ସୌଦ ଶକିଲଙ୍କ ଓ୍ବିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri