Posted inଖେଳ

‘ବିରାଟ କୋହଲି ବିଶ୍ୱକପ୍‌ ପରେ ଟି-୨୦ ଫର୍ମାଟରୁ ନେବେ ଅବସର’

ଇସଲାମାବାଦ୍‌,୧୫।୯: ପାକିସ୍ତାନର ପୂର୍ବତନ କ୍ରିକେଟର ଶୋଏବ ଅଖତର ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ବିରାଟ କୋହଲି ଟି-୨୦ ବିଶ୍ୱକପ ୨୦୨୨ ପରେ ଖେଳର ସବୁଠାରୁ ଛୋଟ ଫର୍ମାଟରୁ ଅବସର ନେବାକୁ ଚିନ୍ତା କରିପାରନ୍ତି। ଅନ୍ୟ ଫର୍ମାଟରେ ଭଲ ଖେଲିବା ପାଇଁ ସେ ଏହି ନିଷ୍ପତ୍ତି ନେଇପାରନ୍ତି। ଯଦି ମୁଁ ତାଙ୍କ ସ୍ଥାନରେ ଥା’ନ୍ତି, ମୁଁ ମଧ୍ୟ ସମାନ କାର୍ଯ୍ୟ କରିଥା’ନ୍ତି। ଶୋଏବ ଅଖତରଙ୍କ ପୂର୍ବରୁ ପାକିସ୍ତାନ କ୍ରିକେଟର୍‌ ଶହିଦ ଆଫ୍ରିଦି ବିରାଟ କୋହଲିଙ୍କୁ ଅବସର ବିଷୟରେ ପରାମର୍ଶ ଦେଇଥିଲେ।
ନିକଟରେ ଶେଷ ହୋଇଥିବା ୨୦୨୨ ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ବିରାଟ କୋହଲି ଫର୍ମକୁ ଫେରିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ ଟୁର୍ନାମେଣ୍ଟର ଦ୍ୱିତୀୟ ସର୍ବାଧିକ ରନ ସ୍କୋରର୍‌ ହୋଇଛନ୍ତି। ସେ ୫ଟି ମ୍ୟାଚ ଖେଳି ମୋଟ ୨୭୬ ରନ ସ୍କୋର କରିଥିଲେ। ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଆଗାମୀ ଟି-୨୦ ବିଶ୍ୱକପ ୨୦୨୨ରେ ବିରାଟ କୋହଲି ଭାରତୀୟ ଦଳରେ ସାମିଲ ଅଛନ୍ତି।
ସୂଚନାଯୋଗ୍ୟ, ବିରାଟ କୋହଲି ଖେଳର ସମସ୍ତ ତିନୋଟି ଫର୍ମାଟରେ ଅତି କମରେ ୧୦୦ଟି ମ୍ୟାଚ ଖେଳିଥିବା ଏକମାତ୍ର କ୍ରିକେଟର ହୋଇପାରିଛନ୍ତି। ସେ ଏପର୍ଯ୍ୟନ୍ତ ନିଜ କ୍ୟାରିୟରରେ ୧୦୨ ଟେଷ୍ଟ, ୧୦୪ ଟି-୨୦ ଏବଂ ୨୬୨ଟି ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri