Posted inଖେଳ

ଭୁଲ ବୁଝିପାରିଲେ ବିରାଟ କୋହଲି

ଦୁବାଇ,୪।୧୧:: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ୬୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚରେ ଟିମ ଇଣ୍ଡିଆ ଦୁଇଟି ବଡ ପରିବର୍ତ୍ତନ କରିଥିଲା ଏବଂ ଏହି ପଦକ୍ଷେପଟି ଠିକ ଥିଲା। ଫଳରେ ଭାରତ ସହଜରେ ମ୍ୟାଚ୍‌ ଜିତିଥିଲା।
ଅନେକ ବର୍ଷ ପରେ ପ୍ରଥମ ଥର ପାଇଁ ଅଶ୍ୱିନ ଭାରତ ପାଇଁ ଟି -୨୦ ମ୍ୟାଚ ଖେଳିବାର ସୁଯୋଗ ପାଇଥିଲେ। ତାଙ୍କୁ ପ୍ରଥମ ଦୁଇଟି ମ୍ୟାଚରେ ଅଧିନାୟକ ବିରାଟ କୋହଲି ସୁଯୋଗ ଦେଇ ନ ଥିଲେ, ଯେଉଁ କାରଣରୁ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଏହି ମ୍ୟାଚରେ ଅଶ୍ୱିନ ଚମତ୍କାର ଭାବେ ବୋଲିଂ କରିଥିଲେ ଏବଂ ୪ ଓଭରରେ ମାତ୍ର ୧୪ ରନ ପାଇଁ ୨ ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ। ଅଶ୍ୱିନ ପୁଣି ଥରେ ଦେଖାଇଲେ ଯେ, ସେ ଶ୍ରେଷ୍ଠ ସ୍ପିନ ବୋଲର କାହିଁକି? ଯଦି ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ମ୍ୟାଚରେ ଅଶ୍ୱିନଙ୍କୁ ସୁଯୋଗ ଦିଆଯାଇଥାନ୍ତା, ତେବେ ତାଙ୍କ ଫଳାଫଳ ଅଲଗା ହୋଇଥାନ୍ତା। ମ୍ୟାଚ୍‌ ପରେ କୋହଲି ସ୍ବୀକାର ମଧ୍ୟ କରିଥିଲେ ଯେ, ଅଶ୍ୱିନ ଜଣେ ବିଶ୍ୱସ୍ତରୀୟ ବୋଲର୍‌।
ଅଶ୍ୱିନଙ୍କ ସ୍ଥାନରେ ବିରାଟ କୋହଲି ବାରମ୍ବାର ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ଦେଉଥିଲେ। ଚକ୍ରବର୍ତ୍ତୀ ଆଇପିଏଲରେ ଭଲ ପ୍ରଦର୍ଶନ କରିଥାଇ ପାରନ୍ତି, କିନ୍ତୁ ବିଶ୍ୱକପ ପରି ଏକ ବଡ଼ ପର୍ଯ୍ୟାୟ ପାଇଁ ତାଙ୍କର ଅଭିଜ୍ଞତା ନ ଥିଲା। ମିଷ୍ଟ୍ରି ସ୍ପିନର ଭାବେ ବିବେଚିତ ଚକ୍ରବର୍ତ୍ତୀ ପ୍ରଥମ ଦୁଇଟି ମ୍ୟାଚ୍‌ରେ ବିଶେଷ କିଛି କରିନାହାଁନ୍ତି। ବରୁଣ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷରେ କୌଣସି ଉଇକେଟ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri