Posted inଖେଳ

ଭୁଲ ବୁଝିପାରିଲେ ବିରାଟ କୋହଲି

ଦୁବାଇ,୪।୧୧:: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ୬୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚରେ ଟିମ ଇଣ୍ଡିଆ ଦୁଇଟି ବଡ ପରିବର୍ତ୍ତନ କରିଥିଲା ଏବଂ ଏହି ପଦକ୍ଷେପଟି ଠିକ ଥିଲା। ଫଳରେ ଭାରତ ସହଜରେ ମ୍ୟାଚ୍‌ ଜିତିଥିଲା।
ଅନେକ ବର୍ଷ ପରେ ପ୍ରଥମ ଥର ପାଇଁ ଅଶ୍ୱିନ ଭାରତ ପାଇଁ ଟି -୨୦ ମ୍ୟାଚ ଖେଳିବାର ସୁଯୋଗ ପାଇଥିଲେ। ତାଙ୍କୁ ପ୍ରଥମ ଦୁଇଟି ମ୍ୟାଚରେ ଅଧିନାୟକ ବିରାଟ କୋହଲି ସୁଯୋଗ ଦେଇ ନ ଥିଲେ, ଯେଉଁ କାରଣରୁ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଏହି ମ୍ୟାଚରେ ଅଶ୍ୱିନ ଚମତ୍କାର ଭାବେ ବୋଲିଂ କରିଥିଲେ ଏବଂ ୪ ଓଭରରେ ମାତ୍ର ୧୪ ରନ ପାଇଁ ୨ ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ। ଅଶ୍ୱିନ ପୁଣି ଥରେ ଦେଖାଇଲେ ଯେ, ସେ ଶ୍ରେଷ୍ଠ ସ୍ପିନ ବୋଲର କାହିଁକି? ଯଦି ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦୁଇଟି ମ୍ୟାଚରେ ଅଶ୍ୱିନଙ୍କୁ ସୁଯୋଗ ଦିଆଯାଇଥାନ୍ତା, ତେବେ ତାଙ୍କ ଫଳାଫଳ ଅଲଗା ହୋଇଥାନ୍ତା। ମ୍ୟାଚ୍‌ ପରେ କୋହଲି ସ୍ବୀକାର ମଧ୍ୟ କରିଥିଲେ ଯେ, ଅଶ୍ୱିନ ଜଣେ ବିଶ୍ୱସ୍ତରୀୟ ବୋଲର୍‌।
ଅଶ୍ୱିନଙ୍କ ସ୍ଥାନରେ ବିରାଟ କୋହଲି ବାରମ୍ବାର ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ଦେଉଥିଲେ। ଚକ୍ରବର୍ତ୍ତୀ ଆଇପିଏଲରେ ଭଲ ପ୍ରଦର୍ଶନ କରିଥାଇ ପାରନ୍ତି, କିନ୍ତୁ ବିଶ୍ୱକପ ପରି ଏକ ବଡ଼ ପର୍ଯ୍ୟାୟ ପାଇଁ ତାଙ୍କର ଅଭିଜ୍ଞତା ନ ଥିଲା। ମିଷ୍ଟ୍ରି ସ୍ପିନର ଭାବେ ବିବେଚିତ ଚକ୍ରବର୍ତ୍ତୀ ପ୍ରଥମ ଦୁଇଟି ମ୍ୟାଚ୍‌ରେ ବିଶେଷ କିଛି କରିନାହାଁନ୍ତି। ବରୁଣ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷରେ କୌଣସି ଉଇକେଟ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri