ଅବସର ନେବାର ଦିନକ ପରେ ବୃନ୍ଦାବନରେ ବିରାଟ-ଅନୁଷ୍କା

ବୃନ୍ଦାବନ,୧୩।୫: ଟିମ୍‌ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବାର ଦିନକ ପରେ ମଙ୍ଗଳବାର ବୃନ୍ଦାବନରେ ପହଞ୍ଚିଛନ୍ତି। ସ୍ତ୍ରୀ ଅନୁଷ୍କାଙ୍କ ସହିତ ବିରାଟ ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରୟ ସ୍ଥଳରେ ପହଞ୍ଚି ତାଙ୍କୁ ସାକ୍ଷାତ କରିଛନ୍ତି। ଏହାର ଭିଡିଓ ଏବଂ ଫଟୋ ବର୍ତ୍ତମାନ ଭାଇରାଲ ହେଉଛି।

ସୂଚନା ଯୋଗ୍ୟ, କିଛି ଦିନ ପୂର୍ବରୁ କୋହଲି ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିଥିଲେ ଏବଂ ସେଠାରୁ ଆଶୀର୍ବାଦ ନେବା ପରେ, କୋହଲି ଚାମ୍ପିୟନ୍ସ ଟ୍ରଫିରେ ଚମତ୍କାର ବ୍ୟାଟିଂ କରି ଭାରତକୁ ବିଜୟୀ କରାଇଥିଲେ। ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ କୋହଲି ଶତକ ମାରିଥିଲେ। ଏବେ ପୁଣି ଥରେ କୋହଲି ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ପହଞ୍ଚିଛନ୍ତି। ଏଥର ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ। କୋହଲି ଏବଂ ତାଙ୍କ ସ୍ତ୍ରୀ ପ୍ରେମାନନ୍ଦ ମହାରାଜଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି।

କିଙ୍ଗ କୋହଲି ସୋମବାର ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ବିରାଟ ଟେଷ୍ଟ ଜର୍ସି ପିନ୍ଧିଥିବା ଏକ ଫଟୋ ଶେୟାର କରି ଲେଖିଥିଲେ, ସତ କହିବାକୁ ଗଲେ, ଏହି ଫର୍ମାଟ ମୋତେ ଏତେ ଦୂରକୁ ନେଇଯିବ ତାହା ମୁଁ କେବେ କଳ୍ପନା କରି ନ ଥିଲି। ଏହା ମୋର ପରୀକ୍ଷା ନେଇଛି, ମୋତେ ଗଠନ କରିଛି ଏବଂ ମୋତେ ଏପରି ଶିକ୍ଷା ଦେଇଛି ଯାହାକୁ ମୁଁ ଜୀବନ ସାରା ବହନ କରିବି।’

କୋହଲି ଆହୁରି ଲେଖିଥିଲେ, ହ୍ବାଇଟ ଜର୍ସି ପିନ୍ଧି ଖେଳିବା ଏକ ବ୍ୟକ୍ତିଗତ ଅଭିଜ୍ଞତା। ନୀରବ କଠିନ ପରିଶ୍ରମ, ଲମ୍ବା ଦିନ, ଛୋଟ ଛୋଟ ମୁହୂର୍ତ୍ତକୁ କେହି ଦେଖନ୍ତି ନାହିଁ କିନ୍ତୁ ଏହା ସବୁଦିନ ପାଇଁ ଆପଣଙ୍କ ସହିତ ରହିଥାଏ। ଯେତେବେଳେ ମୁଁ ଏହି ଫର୍ମାଟରୁ ଦୂରେଇ ଯାଉଛି, ଏହା ସହଜ ନୁହେଁ, କିନ୍ତୁ ଏହା ଠିକ ଅନୁଭବ ହୁଏ। ମୁଁ ଏଥିରେ ମୋର ସର୍ବସ୍ବ ଦେଇଛି ଏବଂ ଏହା ମୋତେ ଆଶାଠାରୁ ଅଧିକ ଦେଇଛି ବୋଲି ଉଲ୍ଲେଖ କରିଥିଲେ।

ବିରାଟ କୋହଲି ୨୦ ଜୁନ ୨୦୧୧ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କର ଟେଷ୍ଟ ଡେବ୍ୟୁ ମ୍ୟାଚ ଖେଳିଥିଲେ। ସେ ତାଙ୍କର ଡେବ୍ୟୁୁ ଟେଷ୍ଟର ପ୍ରଥମ ଇନିଂସରେ ୪ ରନ ଏବଂ ଦ୍ୱିତୀୟ ଇନିଂସରେ ୧୫ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri