Posted inଖେଳ

ବଡ଼ ରେକର୍ଡ ଅପେକ୍ଷାରେ ବିରାଟ କୋହଲି: ଆଜି ଭାଙ୍ଗିପାରନ୍ତି….

ନୂଆଦିଲ୍ଲୀ,୧୪।୧: ଫୁଲ୍‌ ଫର୍ମରେ ଥିବା ବିରାଟ କୋହଲି ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇପାରନ୍ତି। କୋହଲି ଗତ ୫ ମ୍ୟାଚ୍‌ରେ ୫ଥର ୫୦ରୁ ଅଧିକ ସ୍କୋର କରିଛନ୍ତି। ଏହି ଧାରା ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରୁ ଆରମ୍ଭ ହୋଇଥିଲା। କୋହଲି ଏବେ ଲଗାତର ୫ ଦିନିକିଆ ମ୍ୟାଚ୍‌ରେ ୫୦ରୁ ଊର୍ଦ୍ଧ୍ୱ ରନ୍‌ କରିଥିବା ସଚିନ ତେନ୍ଦୁଲକର, ରାହୁଲ ଡ୍ରାଭିଡ୍‌, ରୋହିତ ଶର୍ମା ଓ ଅଜିଙ୍କ୍ୟ ରାହାନେଙ୍କ ସହ ମିଳିତ ଚତୁର୍ଥ ସ୍ଥାନରେ ରହିଛନ୍ତି। ଯଦି ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଅର୍ଦ୍ଧଶତକ କରନ୍ତି, ତେବେ ସେ କେନ୍‌ ଓ୍ବିଲିୟମସନ, ଶାଇ ହୋପ୍‌, ବାବର ଆଜାମ, ପଲ ଷ୍ଟିର୍ଲିଂ, ରସ୍‌ ଟେଲର ଓ କ୍ରିସ୍‌ ଗେଲ୍‌ଙ୍କ ସମକକ୍ଷ ହେବେ। ତେବେ ଲଗାତର ସର୍ବାଧିକ ସଂଖ୍ୟକ ଦିନିକିଆ ମ୍ୟାଚ୍‌ରେ ୫୦ରୁ ଅଧିକ ରନ୍‌ କରିବା ରେକର୍ଡ ପାକିସ୍ତାନର ଜାଭେଦ ମିଆଁଦାଦ୍‌(୯ଟି ମ୍ୟାଚ୍‌)ଙ୍କ ନାମରେ ରହିଛି। ତାଙ୍କ ପଛକୁ ଲଗାତର ୭ ଅର୍ଦ୍ଧଶତକ ସହ ଇମାମ୍‌-ଉଲ୍‌-ହକ୍‌ ଦ୍ୱିତୀୟ ସ୍ଥାନରେ ଅଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri