Posted inଖେଳ

ସାଉଥ ଆଫ୍ରିକା ବିପକ୍ଷ ହ୍ବାଇଟ୍‌ ବଲ ସିରିଜ୍‌ ଖେଳିବେନି କୋହଲି! ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ଖବର

ନୂଆଦିଲ୍ଲୀ,୨୯।୧୧: ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ ୨୦୨୩ରେ ବିରାଟ କୋହଲି ସର୍ବାଧିକ ରନ ସ୍କୋର କରିଥିଲେ। କିନ୍ତୁ ବର୍ତ୍ତମାନ ତାରକା ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି ଯେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ହ୍ବାଇଟ୍‌ ବଲ ସିରିଜ ଖେଳିବେ ନାହିଁ। ଯଦି ରିପୋର୍ଟଗୁଡିକୁ ବିଶ୍ୱାସ କରାଯାଏ, କୋହଲି ହ୍ବାଇଟ୍‌ ବଲ କ୍ରିକେଟରୁ ବିରତି ନେଇ କେବଳ ଟେଷ୍ଟ କ୍ରିକେଟ ପାଇଁ ଉପସ୍ଥିତ ରହିବେ।

ରିପୋର୍ଟ ଅନୁଯାୟୀ ବିରାଟ କୋହଲି ବିସିସିଆଇକୁ କହିଛନ୍ତି ଯେ ସେ ହ୍ବାଇଟ୍‌ ବଲ କ୍ରିକେଟରୁ ବିରତି ନେବେ। ଏହି ଉପାୟରେ ସେ କେବଳ ଟେଷ୍ଟ କ୍ରିକେଟରେ ଚୟନ ପାଇଁ ଉପଲବ୍ଧ ହେବେ। ଭାରତୀୟ ଦଳର ପରବର୍ତ୍ତୀ ମିଶନ ଦକ୍ଷିଣ ଆଫ୍ରିକା ଗସ୍ତ ହେବ, ଯେଉଁଠାରେ ଟିମ ଇଣ୍ଡିଆ ସମସ୍ତ ତିନୋଟି ଫର୍ମାଟ୍‌ରେ ସିରିଜ ଖେଳିବ। ଡିସେମ୍ବର ୧୦ ରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ସହିତ ଏହି ଯାତ୍ରା ଆରମ୍ଭ ହେବ। ତା’ପରେ ଡିସେମ୍ବର ୧୭ରୁ ୩ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଏବଂ ପରେ ଡିସେମ୍ବର ୨୬ରୁ ଟିମ ଇଣ୍ଡିଆ ଦୁଇଟି ମ୍ୟାଚ ଟେଷ୍ଟ ସିରିଜ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri