Posted inଖେଳ

ଟେଷ୍ଟ କ୍ୟାରିୟରର ୫୦୦ତମ ମ୍ୟାଚ୍‌ ଖେଳିବାକୁ ଓହ୍ଲାଇବେ କିଙ୍ଗ କୋହଲି

ନୂଆଦିଲ୍ଲୀ,୧୬।୭: ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏପର୍ଯ୍ୟନ୍ତ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ୪୯୯ ମ୍ୟାଚ ଖେଳିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ତାଙ୍କର ୫୦୦ ତମ ଅନ୍ତର୍ଜାତୀୟ ମ୍ୟାଚ ହେବ। ଏହି ଉପଲବ୍ଧି ହାସଲ କରିବାରେ ବିରାଟ କୋହଲି ଦଶମ ଖେଳାଳି ହେବେ। ଏପର୍ଯ୍ୟନ୍ତ ସର୍ବାଧିକ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାର ରେକର୍ଡ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି। ସେ ନିଜ କ୍ୟାରିୟରରେ ୬୬୪ ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି।
ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ୨୦ ଜୁଲାଇରୁ କୁଇନ ପାର୍କ ଓଭାଲ, ସ୍ପେନ ବନ୍ଦର, ତ୍ରିନିଦାଦରେ ଖେଳାଯିବ। ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ କୋହଲି ଉତ୍କୃଷ୍ଟ ଫର୍ମରେ ନଜର ଆସିଥିଲେ। ସେ ଭଲ ବ୍ୟାଟିଂ କରି ୧୮୨ ବଲରେ ୭୬ ରନ୍‌ କରିଥିଲେ।
ସର୍ବାଧିକ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିବା ଶ୍ରେଷ୍ଠ ୧୦ ଖେଳାଳି:
ସଚିନ ତେନ୍ଦୁଲକର – ୬୬୪ ମ୍ୟାଚ
ମହେଲା ଜୟବର୍ଦ୍ଧନେ – ୬୫୨ ମ୍ୟାଚ
କୁମାର ସାଙ୍ଗାକାରା – ୫୯୪ ମ୍ୟାଚ
ସନାଥ ଜୟସୁରିଆ – ୫୮୬ ଟି ମ୍ୟାଚ
ରିକି ପଣ୍ଟିଂ – ୫୬୦ ମ୍ୟାଚ
ମହେନ୍ଦ୍ର ସିଂ ଧୋନି – ୫୩୮ ମ୍ୟାଚ
ସହିଦ ଆଫ୍ରିଦି – ୫୨୪ ମ୍ୟାଚ
ଜ୍ୟାକ କଲିସ – ୫୧୯ ମ୍ୟାଚ
ରାହୁଲ ଦ୍ରାବିଡ – ୫୦୯ ମ୍ୟାଚ
ବିରାଟ କୋହଲି – ୪୯୯ ମ୍ୟାଚ

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri