Posted inଖେଳ

୪ ବର୍ଷରେ ପ୍ରଥମ ଥର ହେବ ଏମିତି; କୋହଲି କଦାଚିତ୍‌ କରି ନ ଥିଲେ ଏହାର କଳ୍ପନା

ନୂଆଦିଲ୍ଲୀ,୧।୧: ନୂଆ ବର୍ଷରେ ନୂଆ ଆରମ୍ଭ କରିବାକୁ ଭାରତୀୟ ଟିମ୍‌ ପ୍ରସ୍ତୁତ। ବିସିସିଆଇ ଶୁକ୍ରବାର ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି। ନବନିଯୁକ୍ତ ଅଧିନାୟକ ରୋହିତ ଶର୍ମା ଆହତ ସମସ୍ୟାରୁ ସୁସ୍ଥ ହୋଇ ନ ଥିବା ହେତୁ ଦିନିକିଆ ଦଳର ନେତୃତ୍ୱ କେ.ଏଲ୍‌. ରାହୁଲଙ୍କୁ ଦିଆଯାଇଛି। ସେହିଭଳି ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ସିରିଜରେ ଉପଅଧିନାୟକ ଭୂମିକା ତୁଲାଇବେ। ଏହାଛଡ଼ା ଦଳର ପୂର୍ବ ଅଧିନାୟକ ବିରାଟ କୋହଲି ଜଣେ ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ ଭାବେ ନଜର ଆସିବେ।

କୋହଲି ୨୦୧୭ରୁ ସୀମିତ ଓଭର ଦଳର ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ। ହେଲେ ଏହି ସିରିଜ ପୂର୍ବରୁ ତାଙ୍କ ହାତରୁ ନେତୃତ୍ୱ ଚାଲିଯିବ ବୋଲି ସେ କଳ୍ପନା କରି ନ ଥିଲେ। ବିଗତ ୪ ବର୍ଷ ମଧ୍ୟରେ ପ୍ରଥମ ଥର ଲାଗି ନୂଆ ଅଧିନାୟକଙ୍କ ଅଧୀନରେ ଖେଳୁଥିବା ନଜର ଆସିବେ ସେ।

ଜଣେ ଭଲ ଅଧିନାୟକ ହେଲେ ହେଁ କୋହଲିଙ୍କ ନେତୃତ୍ୱରେ କୌଣସି ଆଇସିସି ଟ୍ରଫି ଜିତିପାରି ନ ଥିଲା ଭାରତୀୟ ଦଳ। ଏହା ତାଙ୍କୁ ଅଧିନାୟକତ୍ୱରୁ ହଟାଇବାର ପ୍ରମୁଖ କାରଣ ପାଲଟିଲା। ଏବେ ଚାରି ବର୍ଷ ପରେ ନୂଆ ଅଧିନାୟକଙ୍କ ନେତୃତ୍ୱରେ ଖେଳିବାକୁ ଯାଉଥିବାରୁ ତାଙ୍କ ଉପରେ ସମସ୍ତଙ୍କ ନଜର ରହିବ। ବ୍ୟାଟ୍ସମ୍ୟାନ୍‌ ଭାବେ ତାଙ୍କ ପୁରୁଣା ଉପଲବ୍ଧି ସେ ହାସଲ କରିପାରିବେ କି ନାହିଁ ବୋଲି ଦେଖିବା ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri