Posted inଖେଳ

ଭାରତର ସିରିଜ୍‌ ବିଜୟ ପରେ ଏମିତି ପ୍ରତିକ୍ରିୟା ଦେଇ ହୃଦୟ ଜିତିଲେ ବିରାଟ କୋହଲି

ରାଞ୍ଚି,୨୬।୨: ଟିମ ଇଣ୍ଡିଆର ତାରକା କ୍ରିକେଟର ବିରାଟ କୋହଲି ଯୁବ ଖେଳାଳିଙ୍କୁ ଇଂଲଣ୍ଡ ବିପକ୍ଷରେ ବିଜୟର ଶ୍ରେୟ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସିରିଜରୁ ବାହାରିଥିବା ବିରାଟ କୋହଲି କହିଛନ୍ତି, ଯୁବ ଖେଳାଳିମାନେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ ଟିମ ଇଣ୍ଡିଆକୁ ବିଜୟୀ କରାଇଛନ୍ତି। ସିରିଜ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ବିରାଟ କୋହଲି ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ। ତେବେ ଫେବୃଆରୀ ୧୫ରେ ବିରାଟ କୋହଲି ଦ୍ୱିତୀୟ ଥର ପାଇଁ ପିତା ହୋଇଥିଲେ।
ତେବେ ଏହି ସିରିଜରେ ଟିମ ଇଣ୍ଡିଆ ଅଗ୍ରଣୀ ହେବା ମାତ୍ରେ ବିରାଟ କୋହଲି ତୁରନ୍ତ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିରାଟ କୋହଲି ଏହି ବିଜୟକୁ ଚମତ୍କାର ବୋଲି ବର୍ଣ୍ଣନା କରିଛନ୍ତି।
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଜିତିବା ଟିମ ଇଣ୍ଡିଆ ପାଇଁ ସହଜ ହୋଇନାହିଁ। ବିରାଟ କୋହଲି ଏବଂ ମହମ୍ମଦ ଶାମିଙ୍କ ବିନା ଭାରତକୁ ଏହି ସିରିଜରେ ପ୍ରବେଶ କରିବାକୁ ପଡିଲା। ଆଘାତ ହେତୁ ମହମ୍ମଦ ଶାମି ଏହି ସିରିଜର ଅଂଶ ହୋଇ ନ ଥିଲେ। ପ୍ରଥମ ଟେଷ୍ଟ ପରେ କେ.ଏଲ ରାହୁଲ ମଧ୍ୟ ସିରିଜ ବାହାରେ ଥିଲେ। ରୋହିତ ଶର୍ମାଙ୍କ ବ୍ୟତୀତ ଟିମ ଇଣ୍ଡିଆର ବ୍ୟାଟିଂ ଲାଇନଅପ ରେ କୌଣସି ବ୍ୟାଟ୍ସମ୍ୟାନ ନ ଥିଲେ, ଯାହାର ୨୫ରୁ ଅଧିକ ଟେଷ୍ଟ ଖେଳିବାର ଅଭିଜ୍ଞତା ଥିଲା।
କେବଳ ଏତିକି ନୁହେଁ ଇଂଲଣ୍ଡ ସିରିଜ୍ର ଏକ ଭଲ ଆରମ୍ଭ କରି ପ୍ରଥମ ମ୍ୟାଚ ଜିତିଥିଲା। ତେବେ ଦ୍ୱିତୀୟ ଟେଷ୍ଟରେ ଭାରତ ଏକ ଶକ୍ତିଶାଳୀ ପ୍ରତ୍ୟାବର୍ତ୍ତନ କରି ସିରିଜକୁ ୧-୧ରେ ସମାନ କରିଥିଲା। ଏହା ପରେ ରାଜକୋଟ ଏବଂ ରାଞ୍ଚିରେ କ୍ରମାଗତ ଦୁଇଟି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜରେ ୩-୧ରେ ଅଗ୍ରଣୀ ହାସଲ କରିଛି। ସିରିଜର ଶେଷ ମ୍ୟାଚ ଧର୍ମଶାଳାରେ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri