Posted inଖେଳ

କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ: ଗୁଆହାଟି ମଇଦାନରେ ମାରିଲେ କ୍ୟାରିୟରର ୪୫ତମ ଶତକ

ଗୁଆହାଟି,୧୦।୧: ନିଜ କ୍ୟାରିୟରର ୪୫ତମ ଶତକ ମାରିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଶ୍ରୀଲଙ୍କା ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ସେ ବିସ୍ଫୋରକ ବ୍ୟାଟିଂ କରି ୮୭ ବଲ୍‌ରେ ୧୧୩ ରନ୍‌ର ଇନିଂସ ଖେଳିଛନ୍ତି। ତେବେ ଏହା ଶ୍ରୀଲଙ୍କା ବିପକ୍ଷରେ କୋହଲିଙ୍କ ୧୦ମ ଶତକ ହୋଇଥିବା ବେଳେ ଘରୋଇ ମଇଦାନରେ ଏହା ୨୦ତମ ଦିନିକିଆ ଶତକ। ଏହି ଶତକ ସହ ସେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡର ନିକଟତର ହୋଇଛନ୍ତି। ସଚିନ ୪୬୩ ମ୍ୟାଚ୍‌ରେ ୪୯ ଶତକ ମାରିଥିବା ବେଳେ କୋହଲି ମାତ୍ର ୨୬୬ ମ୍ୟାଚ୍‌ରେ ୪୫ତମ ଶତକ ମାରିସାରିଲେଣି। ଏଣୁ ଆଉ ମାତ୍ର ୫ ଦିନିକିଆ ଶତକ ପରେ ସେ ବିଶ୍ୱ କ୍ରିକେଟ ଇତିହାସରେ ରେକର୍ଡ କରିବା ସ୍ପଷ୍ଟ ହୋଇଛି।

ପ୍ରକାଶ ଯେ, ଭାରତ ବିପକ୍ଷରେ ଶ୍ରୀଲଙ୍କା ଟିମ୍‌ର ଦିନିକିଆ ରେକର୍ଡ ବହୁତ ଖରାପ। ଉଭୟ ଟିମ୍‌ ମଧ୍ୟରେ ଏଯାବତ ୧୯ ଦ୍ୱିପକ୍ଷୀୟ ଦିନିକିଆ ସିରିଜ ଖେଳାଯାଇଛି। ସେଥିରୁ ଭାରତୀୟ ଟିମ୍‌ ୧୪ ଏବଂ ଶ୍ରୀଲଙ୍କା କେବଳ ୨ ସିରିଜରେ ବିଜେତା ହୋଇଛି। ସେହିଭଳି ୩ ସିରିଜ ଡ୍ର ରହିଛି। ୧୯୯୭ରୁ ଶ୍ରୀଲଙ୍କା ଟିମ୍‌ ଭାରତକୁ ଦ୍ୱିପକ୍ଷୀୟ ଦିନିକିଆ ସିରିଜରେ ପରାଜିତ କରିପାରିନାହିଁ। ଏଣୁ ଏହି ସିରିଜ ଦଳ ଲାଗି ଅଧିକ ଗୁରୁତ୍ୱ ବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri