Posted inଖେଳ

କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ: ଗୁଆହାଟି ମଇଦାନରେ ମାରିଲେ କ୍ୟାରିୟରର ୪୫ତମ ଶତକ

ଗୁଆହାଟି,୧୦।୧: ନିଜ କ୍ୟାରିୟରର ୪୫ତମ ଶତକ ମାରିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଶ୍ରୀଲଙ୍କା ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ସେ ବିସ୍ଫୋରକ ବ୍ୟାଟିଂ କରି ୮୭ ବଲ୍‌ରେ ୧୧୩ ରନ୍‌ର ଇନିଂସ ଖେଳିଛନ୍ତି। ତେବେ ଏହା ଶ୍ରୀଲଙ୍କା ବିପକ୍ଷରେ କୋହଲିଙ୍କ ୧୦ମ ଶତକ ହୋଇଥିବା ବେଳେ ଘରୋଇ ମଇଦାନରେ ଏହା ୨୦ତମ ଦିନିକିଆ ଶତକ। ଏହି ଶତକ ସହ ସେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡର ନିକଟତର ହୋଇଛନ୍ତି। ସଚିନ ୪୬୩ ମ୍ୟାଚ୍‌ରେ ୪୯ ଶତକ ମାରିଥିବା ବେଳେ କୋହଲି ମାତ୍ର ୨୬୬ ମ୍ୟାଚ୍‌ରେ ୪୫ତମ ଶତକ ମାରିସାରିଲେଣି। ଏଣୁ ଆଉ ମାତ୍ର ୫ ଦିନିକିଆ ଶତକ ପରେ ସେ ବିଶ୍ୱ କ୍ରିକେଟ ଇତିହାସରେ ରେକର୍ଡ କରିବା ସ୍ପଷ୍ଟ ହୋଇଛି।

ପ୍ରକାଶ ଯେ, ଭାରତ ବିପକ୍ଷରେ ଶ୍ରୀଲଙ୍କା ଟିମ୍‌ର ଦିନିକିଆ ରେକର୍ଡ ବହୁତ ଖରାପ। ଉଭୟ ଟିମ୍‌ ମଧ୍ୟରେ ଏଯାବତ ୧୯ ଦ୍ୱିପକ୍ଷୀୟ ଦିନିକିଆ ସିରିଜ ଖେଳାଯାଇଛି। ସେଥିରୁ ଭାରତୀୟ ଟିମ୍‌ ୧୪ ଏବଂ ଶ୍ରୀଲଙ୍କା କେବଳ ୨ ସିରିଜରେ ବିଜେତା ହୋଇଛି। ସେହିଭଳି ୩ ସିରିଜ ଡ୍ର ରହିଛି। ୧୯୯୭ରୁ ଶ୍ରୀଲଙ୍କା ଟିମ୍‌ ଭାରତକୁ ଦ୍ୱିପକ୍ଷୀୟ ଦିନିକିଆ ସିରିଜରେ ପରାଜିତ କରିପାରିନାହିଁ। ଏଣୁ ଏହି ସିରିଜ ଦଳ ଲାଗି ଅଧିକ ଗୁରୁତ୍ୱ ବହନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri