Posted inଖେଳ

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଦଳ ଓଡ଼ିଶାର ଶାଣିତ ବୋଲିଂ ଆଗରେ ଆଣ୍ଠୁ ମାଡ଼ିଛି।

ଟସ୍ ଜିତି ଦିଲ୍ଲୀ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଓଡ଼ିଶା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍ ହରାଇ ୨୭୨ ରନ୍ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଅଧିନାୟକ ବିପ୍ଳବ ସାମନ୍ତରାୟ ସର୍ବାଧିକ ୭୨ ରନ୍ (୭୪ ବଲ୍, ୩ ଚୌକା, ୪ ଛକା) କରି ଦଳକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୋବିନ୍ଦ ପୋଦ୍ଦାର ୩୫ ରନ୍ କରିଥିବା ବେଳେ ଶେଷ ଭାଗରେ ଦେବବ୍ରତ ପ୍ରଧାନ ମାତ୍ର ୯ ବଲ୍‌ରୁ ୨୧ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ।

୨୭୩ ରନ୍‌ର ପିଛା କରୁଥିବା ଦିଲ୍ଲୀ ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଷ୍ଟାର୍ ଖେଳାଳି ରିଷଭ ପନ୍ତ (୨୪) ଏବଂ ନୀତିଶ ରାଣା (୨) ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ। ଦେବବ୍ରତ ପ୍ରଧାନ ଓ ସମ୍ବିତ ବରାଳଙ୍କ ଘାତକ ବୋଲିଂ ଯୋଗୁଁ ଦିଲ୍ଲୀ ମାତ୍ର ୧୯୩ ରନ୍‌ରେ ଅଲ୍‌ଆଉଟ୍ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri