ପୂରଣ ହେଲା ବିରାଟ କୋହଲିଙ୍କ ସ୍ବପ୍ନ, ସାମ୍ନାକୁ ଆସିଲା ପୁଅ ଅକାୟଙ୍କ ପ୍ରଥମ ଝଲକ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୭: ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରହିଥା’ନ୍ତି। ଦୀର୍ଘ ଦିନ ଧରି କଳ୍ପନା ଜଳ୍ପନା ଚାଲିଛି ଯେ ଏହି ଦମ୍ପତି ନିଜ ପରିବାର ସହ ସମୟ କାଟିବାକୁ ଲଣ୍ଡନ ଯିବାକୁ ଯୋଜନା କରୁଛନ୍ତି। ବର୍ତ୍ତମାନ ଲାଗୁଛି ଯେ ଏହି କଳ୍ପନାଗୁଡ଼ିକ ସତ ବୋଲି ପ୍ରମାଣିତ ହୋଇନପାରେ। ଆମେ ନୁହେଁ, ପ୍ରଶଂସକମାନେ ବିରାଟ-ଅନୁଷ୍କା ଏବଂ ଭାମିକା-ଆକାୟଙ୍କ ଭାଇରାଲ ଭିଡିଓରୁ ପୁଣି ଥରେ ଅନୁମାନ କରୁଛନ୍ତି। ଏହି ଭିଡିଓ ମାଧ୍ୟମରେ ବିରୁଷ୍କାଙ୍କ ପ୍ରଶଂସକମାନେ ତାଙ୍କ ପୁଅକୁ ପ୍ରଥମ ଥର ଦେଖିଛନ୍ତି। ଅକାୟ ପ୍ରଥମ ଥର ପାଇଁ ତାଙ୍କ ମା’ ଏବଂ ବାପାଙ୍କ ସହିତ ସପିଂ କରୁଥିବା ସମୟରେ ସର୍ବସାଧାରଣରେ ଦେଖିବାକୁ ମିଳିଥିଲା।
ସୂଚନାଯୋଗ୍ୟ, ଲଣ୍ଡନରୁ ଆସିଥିବା ସୋସିଆଲ ମିଡିଆ ପୋଷ୍ଟରେ ବିରାଟ କୋହଲିଙ୍କ ଏକ ନୂଆ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ବିରାଟ କୋହଲି ତାଙ୍କ ପତ୍ନୀ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ପୁଅ ଅକାୟଙ୍କ ସହ ନଜର ଆସିଛନ୍ତି। ଭାଇରାଲ ହେଉଥିବା ଏହି ଭିଡିଓରେ, ଆପଣ ଦେଖିପାରିବେ ଯେ ବିରାଟ ଏବଂ ଅନୁଷ୍କା ଲଣ୍ଡନ ରାସ୍ତାରେ ସାଧାରଣ ଲୋକଙ୍କ ପରି ବୁଲୁଛନ୍ତି। ସେମାନେ ନିଜ ପିଲାମାନଙ୍କ ସହିତ ଏହି ମୁହୂର୍ତ୍ତକୁ ଉପଭୋଗ କରୁଛନ୍ତ।
ଭିଡିଓରେ ଏହି ଦମ୍ପତି ଫୁଲ ଦୋକାନରେ ଠିଆ ହୋଇଥିବା ଦେଖାଯାଇଛି। ବିରାଟ ତାଙ୍କ ପୁଅ ଅକାୟଙ୍କୁ କେଳରେ ଧରିଛନ୍ତି। ଅନୁଷ୍କା ଶର୍ମା ମଧ୍ୟ ଫୁଲ କିଣିବାରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri