Posted inଖେଳ

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ ହୋଇଥିଲେ। ଏହାପରେ ଦୁହିଁଙ୍କ ସମ୍ପର୍କ ବିଷୟରେ ପ୍ରଶଂସକଙ୍କୁ ସବୁ ଜଣା। ତେବେ ଏହି ସବୁ ବିବାଦକୁ ଭୁଲି ଦୁଇଜଣ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ମ୍ୟାଚ୍ ସମୟରେ ହାଲକା ଆଲୋଚନା କରୁଥିବାର ଦେଖିବାକୁ ମିଳିଥିଲା, ଯାହା ଇଣ୍ଟରନେଟ୍ ରେ ତୀବ୍ର ଭାଇରାଲ ହୋଇଥିଲା।

ଏବେ ପୁଣିଥରେ ୨୦୧୧ ବିଶ୍ୱକପ୍ ବିଜେତା ଦଳର ଉଭୟ ସଦସ୍ୟ ମ୍ୟାଚ୍ ପୂର୍ବରୁ ଇଡେନ୍ ଗାର୍ଡେନ୍ସରେ ଏକ ଲମ୍ବା ସମୟ ପର୍ୟ୍ୟନ୍ତ ଆଲୋଚନା କରୁଥିବା ଦେଖିବାକୁ ମିଳିଥିଲା।

ତେବେ ଶନିବାର ଗମ୍ଭୀର ବୋଲରଙ୍କ ସହ କଥା ହେବା ପାଇଁ ପଡ଼ିଆକୁ ଆସିଥିଲେ, କିନ୍ତୁ ନିଜ ଦଳର ଖେଳାଳିଙ୍କୁ ସାକ୍ଷାତ ପୂର୍ବରୁ, ସେ କୋହଲିଙ୍କୁ ସହ ଏକ ଉଷ୍ମ ଆଲିଙ୍ଗନ କରିଥିଲେ ଏବଂ ଦୁହେଁ ଲମ୍ବା ସମୟ ପର୍ୟ୍ୟନ୍ତ ଆଲୋଚନା କରିଥିଲେ।

ତେବେ ଏହି ଉତ୍ସାହଜନକ ମୁହୂର୍ତ୍ତ ସୋସିଆଲ ମିଡିଆରେ ଉତ୍ତେଜନା ସୃଷ୍ଟି କରିଛି। ଠିକ୍ ଗୋଟିଏ ବର୍ଷ ପୂର୍ବରୁ, ଏକନା ଷ୍ଟାଡିୟମରେ ଆରସିବି ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ୍ ମଧ୍ୟରେ ମ୍ୟାଚ ସମୟରେ ଦୁହିଁଙ୍କ ମଧ୍ୟରେ ଏକ ଖରାପ ପରିସ୍ଥିତି ସୃଷ୍ଟି ହୋଇ କ୍ରିକେଟ୍ ଜଗତକୁ ଚକିତ କରିଦେଇଥିଲା।

ମାର୍ଚ୍ଚ ୨୯ ରେ, ଯେତେବେଳେ ଆରସିବି ଘରୋଇ ଦର୍ଶକଙ୍କ ଆଗରେ କେକେଆର୍ ବିପକ୍ଷରେ ଖେଳୁଥିଲା, ସେତେବେଳେ କୋହଲି ବେଙ୍ଗାଲୁରୁ ମିଡିଲ୍ ଅର୍ଡରର ସମର୍ଥନ ଅଭାବରୁ ୫୯ ବଲରେ ଅପରାଜିତ ୮୩ ରନ୍ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri