Posted inଖେଳ

ଭାଇରାଲ ହେଉଛି ବିରାଟ କୋହଲିଙ୍କ ରିଆକ୍ସନ୍‌

ପାଲେକେଲ୍‌,୪।୯: ବର୍ଷା ଯୋଗୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ରଦ୍ଦ ହୋଇଯାଇଥିଲା। ଫଳରେ ଉଭୟ ଦଳ ୧-୧ ପଏଣ୍ଟ ପାଇଲେ। ଏଥି ସହିତ ଭାରତ-ପାକିସ୍ତାନ ମ୍ୟାଚରେ ପାକିସ୍ତାନୀ ଦ୍ରୁତ ବୋଲରଙ୍କ ଆଭିମୁଖ୍ୟ ଦେଖିବାକୁ ମିଳିଥିଲା। ପାକିସ୍ତାନର ଦ୍ରୁତ ବୋଲରମାନେ ସମସ୍ତ ୧୦ ଜଣ ଭାରତୀୟ ଖେଳାଳିଙ୍କୁ ଆଉଟ୍‌ କରିଥିଲେ। ବିଶେଷ କରି ଶାହିନ ଆଫ୍ରିଦି ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଶାହିନ ଆଫ୍ରିଦି ଭାରତୀୟ ଦଳର ୪ ଜଣ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟତୀତ ସେ ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରବିନ୍ଦ୍ର ଜାଡେଜାଙ୍କୁ ଆଉଟ୍‌ କରିଥିଲେ।
ତେବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ବିରାଟ କୋହଲିଙ୍କୁ ଦେଖିବାକୁ ମିଳିଛି। ଶାହିନ ଆଫ୍ରିଦି ରୋହିତ ଶର୍ମାଙ୍କୁ ତାଙ୍କ ବଲରେ ବୋଲ୍ଡ କରିଥିଲେ, ସେତେବେଳେ ବିରାଟ କୋହଲିଙ୍କ ପ୍ରତିକ୍ରିୟା ଅଜବ ପ୍ରକାରର ଥିଲା। ସେ ଭିନ୍ନ ଚାହାଣିରେ ଚାହିଁଥିଲେ। ସେ ରୋହିତଙ୍କୁ ଶାହିନ ଆଫ୍ରିଦି ଆଉଟ୍‌ କରିବା ପରେ କୋହଲି ବ୍ୟାଟିଂ କରିବାକୁ ଆସିଥିଲେ, କିନ୍ତୁ ସେ ମଧ୍ୟ ଅଧିକ ସମୟ କ୍ରିଜରେ ରହିପାରି ନ ଥିଲେ। ଶାହିନ ଆଫ୍ରିଦି କ୍ଲିନ ବୋଲ୍ଡ କରିଥିଲେ ବିରାଟ କୋହଲି। ବିରାଟ କୋହଲି ୭ ବଲରେ ମାତ୍ର ୪ ରନ ସ୍କୋର କରିପାରନ୍ତି।

https://twitter.com/abdullahraheemm/status/1698021656202277076


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri