Posted inଖେଳ

IND vs PAK: ୧୪,୦୦୦ ରନ୍‌ ପୂରଣ କଲେ କୋହଲି

ଦୁବାଇ,୨୩।୨: ପାକିସ୍ତାନ ବିପକ୍ଷ ଆଇସିସି ଚାମ୍ପିୟନ୍ସ ଟ୍ରଫି ମ୍ୟାଚ୍‌ରେ ଭାରତୀୟ ଦଳର ତାରକା ବ୍ୟାଟର ବିରାଟ କୋହଲି ଏକାଧିକ ବ୍ୟକ୍ତିଗତ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ଦିନିକିଆ କ୍ରିକେଟରେ ୧୪,୦୦୦ ରନ୍‌ ପୂରଣ କରିଛନ୍ତି। ୧୨.୨ ଓଭରରେ ପାକିସ୍ତାନ ବୋଲର ହାରିସ୍‌ ରୌଫଙ୍କୁ ଚୌକା ମାରି ସେ ଏହି କୃତିତ୍ୱ ଅର୍ଜନ କରିଛନ୍ତି। ଏଥିସହ ସେ ଦିନିକିଆରେ ଭାରତର ଦ୍ୱିତୀୟ ସର୍ବାଧିକ ରନ୍‌ସ୍କୋରର ହୋଇପାରିଛନ୍ତି। ସଚିନ ତେନ୍ଦୁଲକର ୧୮,୪୨୬ ରନ୍‌କରି ପ୍ରଥମ ସ୍ଥାନରେ ରହିଛନ୍ତି।

ବିରାଟ କୋହଲି ଦିନିକିଆରେ ଦ୍ରୁତ ତମ ୧୪୦୦୦ ରନ୍‌ ପୂରଣ କରି ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ସଚିନଙ୍କ ପରି, କୋହଲି ମଧ୍ୟ ପାକିସ୍ତାନ ବିପକ୍ଷରେ ଏହି ସଫଳତା ହାସଲ କରିଛନ୍ତି। କୋହଲି ବିଶ୍ୱର ତୃତୀୟ ବ୍ୟାଟର ଯିଏକି, ଏକଦିବସୀୟ ମ୍ୟାଚ୍‌ରେ ଏତେ ରନ୍‌ କରିଛନ୍ତି। ତାଙ୍କ ପୂର୍ବରୁ ପୂର୍ବତନ ଭାରତୀୟ ବ୍ୟାଟର ସଚିନ ତେନ୍ଦୁଲକର ଏବଂ ପୂର୍ବତନ ଶ୍ରୀଲଙ୍କା ଅଧିନାୟକ କୁମାର ସାଙ୍ଗାକାରା ଦିନିକିଆରେ ୧୪୦୦୦ ରନ୍‌ ପୂରଣ କରିଛନ୍ତି।

ସଚିନ ୨୦୦୬ରେ ଏହି ସଫଳତା ହାସଲ କରିଥିଲେ। ସେହି ସମୟରେ ସଚିନ ପେଶାୱରରେ ପାକିସ୍ତାନ ବିପକ୍ଷରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଏହା ଏକ ସଂଯୋଗ ଯେ, ଉଭୟ ମହାନ ବ୍ୟାଟର କେବଳ ପାକିସ୍ତାନ ବିପକ୍ଷରେ ଏହି ସଫଳତା ହାସଲ କରିଛନ୍ତି।

କୋହଲିଙ୍କ କ୍ୟାଚ୍‌ ରେକର୍ଡ

ଏହି ମ୍ୟାଚ୍‌ରେ କୋହଲି ୨ଟି କ୍ୟାଚ୍‌ ନେଇଥିଲେ। ପ୍ରଥମେ ସେ ହର୍ଷିତ ରାଣାଙ୍କ ବଲ୍‌ରେ ଖୁସଦିଲ ଶାହାଙ୍କୁ ଏବଂ ପରେ କୁଲଦୀପ ଯାଦବଙ୍କ ବଲ୍‌ରେ ନସିମ ଶାହାଙ୍କୁ କ୍ୟାଚ୍‌ କରି ପାଭିଲିୟନ ପଥ ଦେଖାଇଥିଲେ। ଏଥିସହ ସେ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ଭାରତର ସବୁଠାରୁ ଅଧିକ କ୍ୟାଚ୍‌ ନେବାରେ ରେକର୍ଡ କରିଛନ୍ତି। ପୂର୍ବରୁ ମହମ୍ମଦ ଆଝାରୁଦ୍ଦିନ ୧୫୬ଟି କ୍ୟାଚ୍‌ ନେଇ ଭାରତୀୟ ରେକର୍ଡର ଅଧିକାରୀ ଥିବାବେଳେ କୋହଲିଙ୍କ କ୍ୟାଚ୍‌ ସଂଖ୍ୟା ୧୫୮ରେ ପହଞ୍ଚିଛି। ଶ୍ରୀଲଙ୍କାର ମାହେଲା ଜୟବର୍ଦ୍ଧନେ ୨୧୮ ଓ ଅଷ୍ଟ୍ରେଲିଆର ରିକି ପଣ୍ଟିଂ ୧୬୦ କ୍ୟାଚ୍‌ ନେଇ ଏହି ତାଲିକାର ପ୍ରଥମ ଦୁଇ ସ୍ଥାନରେ ରହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri