Posted inଖେଳ

ଜୟପୁରର ଓ୍ବାକ୍ସ ମ୍ୟୁଜିୟମରେ ସ୍ଥାପନ ହେବ କୋହଲିଙ୍କ ମହମ ପ୍ରତିମୂର୍ତ୍ତି

ଜୟପୁର, ୧୮ା୧୧: ସ୍ଥାନୀୟ ନହରଗଡ଼ ଦୁର୍ଗସ୍ଥିତ ଓ୍ବାକ୍ସ ମ୍ୟୁଜିୟମରେ କ୍ରିକେଟ ଷ୍ଟାର ବିରାଟ କୋହଲିଙ୍କ ଏକ ମହମ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲରେ ଭାରତର ବିଜୟ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ମ୍ୟାଚରେ କୋହଲି ଦିନିକିଆ କ୍ରିକେଟରେ ତାଙ୍କର ୫୦ତମ ଶତକ ହାସଲ କରିଥିଲେ।

ଜୟପୁର ଓ୍ବାକ୍ସ ମ୍ୟୁଜିୟମର ପ୍ରତିଷ୍ଠାତା- ନିର୍ଦ୍ଦେଶକ ଅନୁପ ଶ୍ରୀବାସ୍ତବ କହିଛନ୍ତି, ବିରାଟ କୋହଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ପର୍ଯ୍ୟଟକମାନଙ୍କ ବହୁଦିନର ଦାବି ରହିଥିଲା। କୋହଲି ବର୍ତ୍ତମାନ ବିଶ୍ୱ କ୍ରିକେଟର ଉଚ୍ଚତମ ସ୍ତରରେ ପହଞ୍ଚତ୍ୟାଇଛନ୍ତି। ପୁନଶ୍ଚ ଭାରତ ବିଶ୍ୱ ଚାମ୍ପିୟନଶିପ୍‌ ଟ୍ରଫିର ନିକଟତର ହୋଇଛି। ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଏହା ହେଉଛି ଶ୍ରେଷ୍ଠ ମୁହୂର୍ତ୍ତ।

ଶ୍ରୀବାସ୍ତବ କହିଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପ୍ରତିମୂର୍ତ୍ତି ନିକଟରେ କୋହଲିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ, ଯାହାଙ୍କୁ ସେ ତାଙ୍କର ଆଦର୍ଶ ବୋଲି ମନେକରିଥାନ୍ତି। ଅନୁପ ଶ୍ରୀବାସ୍ତବଙ୍କ ଅନନ୍ୟ ନିର୍ଦ୍ଦେଶନାରେ ଦୁଇ ସ୍ଥପତି ଗଣେଶ ଓ ଲକ୍ଷ୍ମୀନାରାୟଣ ପ୍ରତିମୂର୍ତ୍ତି ନିର୍ମାଣ କରୁଛନ୍ତି। ମୂର୍ତ୍ତିଟିର ପୋଷାକ ବଲିଉଡ ଡିଜାଇନର ବୋଧ ସିଂ ପ୍ରସ୍ତୁତ କରୁଛନ୍ତି। ଜୟପୁର ଓ୍ବାକ୍ସ ମ୍ୟୁଜିୟମରେ କ୍ରିକେଟର ‘କ୍ୟାପଟେନ କୁଲ୍‌ ’ ଭାବେ ପରିଚିତ ମହେନ୍ଦ୍ର ସିଂ ଧୋନୀଙ୍କର ଏକ ମହମ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି। ଶ୍ରୀବାସ୍ତବ କହିଛନ୍ତି, ଆମେ ମହାନ୍‌ ବ୍ୟକ୍ତିତ୍ୱଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାର ମୂଳ ଉଦ୍ଦେଶ୍ୟ ହେଲା ଏହା ଆଗାମୀ ପିଢ଼ିକୁ ପ୍ରେରଣା ଦେବ। ମ୍ୟୁଜିୟମରେ ମୋଟ ୪୩ଟି ପ୍ରତିମୂର୍ତ୍ତି ଇତିମଧ୍ୟରେ ସ୍ଥାପିତ ହୋଇସାରିଛି। ନିକଟରେ ସ୍ବାମୀ ବିବେକାନନ୍ଦଙ୍କ ଏକ ମହମ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri