Posted inଖେଳ

ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ: ଶତକରୁ ବଞ୍ଚିତ ହୋଇ ମଧ୍ୟ ସଚିନଙ୍କୁ ପଛରେ ପକାଇଲେ

ଭଦୋଦରା,୧୧।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟର ବିରାଟ କୋହଲି ଆନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ଭଦୋଦରାଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ କୋହଲି ମାତ୍ର ୨୫ ରନ୍ କରିବା କ୍ଷଣି ଆନ୍ତର୍ଜାତୀୟ କ୍ରିକେଟରେ ୨୮,୦୦୦ ରନ୍ ସମ୍ପୂର୍ଣ୍ଣ କରିଛନ୍ତି। ଏହି ମାଇଲଖୁଣ୍ଟ ଅତିକ୍ରମ କରିବାରେ ସେ ବିଶ୍ୱର ମାତ୍ର ତୃତୀୟ ବ୍ୟାଟର ହୋଇଥିବା ବେଳେ ସବୁଠାରୁ କମ୍ ପାରିରେ ଏହି ସଫଳତା ପାଇ ସେ ସଚିନ ତେନ୍ଦୁଲକରଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି।

ଆନ୍ତର୍ଜାତୀୟ କ୍ରିକେଟରେ ସବୁଠାରୁ ଦ୍ରୁତ ୨୮ ହଜାର ରନ୍ କରିବା କ୍ଷେତ୍ରରେ କୋହଲି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ସଚିନ ୬୪୪ଟି ଇନିଂସରେ ଏହି ରେକର୍ଡ ହାସଲ କରିଥିବା ବେଳେ କୋହଲି ମାତ୍ର ୬୨୪ଟି ଇନିଂସରେ ଏହି ବିରଳ ରେକର୍ଡ ନିଜ ନାମରେ କରିଛନ୍ତି। ବିରାଟ ଓ ସଚିନଙ୍କ ବ୍ୟତୀତ ଶ୍ରୀଲଙ୍କାର କୁମାର ସାଙ୍ଗାକାରା (୬୬୬ ଇନିଂସ) ଏହି ତାଲିକାରେ ତୃତୀୟ ସ୍ଥାନରେ ରହିଛନ୍ତି।

ଏହି ମ୍ୟାଚରେ କୋହଲି ୯୩ ରନର ଏକ ଚମତ୍କାର ଇନିଂସ ଖେଳିବା ସହ କୁମାର ସାଙ୍ଗାକାରାଙ୍କ ମୋଟ ରନ୍ (୨୮,୦୧୬) କୁ ଅତିକ୍ରମ କରି ଆନ୍ତର୍ଜାତୀୟ କ୍ରିକେଟରେ ଦ୍ୱିତୀୟ ସର୍ବାଧିକ ରନ୍ ସଂଗ୍ରହକାରୀ ହୋଇଛନ୍ତି। ବର୍ତ୍ତମାନ କୋହଲିଙ୍କ ଆଗରେ କେବଳ ସଚିନ ତେନ୍ଦୁଲକର (୩୪,୩୫୭ ରନ୍) ରହିଛନ୍ତି।

ତେବେ ଏହି ମୁକାବିଲାରେ କୋହଲି ନିଜର ୮୫ତମ ଆନ୍ତର୍ଜାତୀୟ ଶତକର ନିକଟତର ହୋଇ ମଧ୍ୟ ମାତ୍ର ୭ ରନ୍ ପାଇଁ ଶତକରୁ ବଞ୍ଚିତ ହୋଇଛନ୍ତି। ସେ ୯୧ଟି ବଲରୁ ୯୩ ରନ୍ କରି କାଇଲ୍ ଜାମିସନଙ୍କ ବଲରେ ଆଉଟ୍ ହୋଇଥିଲେ। ଯଦିଓ ସେ ଶତକ କରିପାରିଲେ ନାହିଁ, ତାଙ୍କର ଏହି ଐତିହାସିକ ଉପଲବ୍ଧି ପାଇଁ ଷ୍ଟାଡିୟମରେ ଉପସ୍ଥିତ ସମସ୍ତ ଦର୍ଶକ ଛିଡ଼ା ହୋଇ ତାଙ୍କୁ ସମ୍ମାନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri