ଆଇପିଏଲ୍‌ ଇତିହାସରେ ବିରାଟଙ୍କ ସବୁଠାରୁ ଖରାପ ପ୍ରଦର୍ଶନ

ନୂଆଦିଲ୍ଲୀ, ୨୯।୯: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଆଇପିଏଲ୍‌ରେ ଚାମ୍ପିୟନ ଖେଳାଳିଭାବେ ବିବେଚନା କରାଯାଇଥାଏ। କିନ୍ତୁ ଆଇପିଏଲ୍‌ର ଚଳିତ ତ୍ରୟୋଦଶ ସଂସ୍କରଣର ପ୍ରଥମ ୩ଟି ମ୍ୟାଚ୍‌କୁ ନଜର ପକାଇଲେ ବିରାଟଙ୍କ ବ୍ୟାଟ୍‌ ଶାନ୍ତ ରହିଥିବା ଜଣାପଡ଼ିଛି। ସେହିଭଳି ଆଇପିଏଲ୍‌ ଇତିହାସର ପ୍ରଥମ ୩ଟି ମ୍ୟାଚ୍‌ ଉପରେ ଯଦି ନଜର ପକାଇବା ତେବେ ବିରାଟଙ୍କ ଏହା ସବୁଠାରୁ ଖରାପ ପ୍ରଦର୍ଶନ।
ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ ଚଳିତ ସିଜନରେ ସନ୍‌ରାଇଜର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ମାତ୍ର ୧୪ ରନ୍‌ କରିପାରିଥିଲେ। ଏହାପରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷରେ ସେ ୧ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ସେହିଭଳି ସୋମବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳାଯାଇଥିବା ହାଇଭୋଲ୍‌ଟେଜ୍‌ ମୁକାବିଲାରେ କୋହଲି (୩ ରନ୍‌) ପୁଣିଥରେ ବ୍ୟାଟିଂରେ ବିଫଳ ହୋଇଥିଲେ। ଫଳରେ ଚଳିତ ସିଜନର ପ୍ରଥମ ୩ଟି ମ୍ୟାଚ୍‌ ଖେଳି ବିରାଟ ମାତ୍ର ୧୮ ରନ୍‌ ସଂଗ୍ରହ କରିପାରିଛନ୍ତି। ଯଦି ବିରାଟଙ୍କ ୧୨ ବର୍ଷର ଆଇପିଏଲ୍‌ ଇତିହାସ ଉପରେ ନଜର ପକାଇବା ତେବେ ପ୍ରଥମ ୩ଟି ମ୍ୟାଚ୍‌ ଦୃଷ୍ଟିରୁ ଏହା ସବୁଠାରୁ ଖରାପ ପ୍ରଦର୍ଶନ। ଏଥିପୂର୍ବରୁ ୨୦୧୦ ସିଜନର ପ୍ରଥମ ୩ଟି ମ୍ୟାଚ୍‌ରେ ସେ ମାତ୍ର ୩୪ ରନ୍‌ କରିପାରିଥିଲେ। ଯାହା ଆଇପିଏଲ୍‌ରେ ତାଙ୍କର ସବୁଠାରୁ ଖରାପ ପ୍ରଦର୍ଶନ ଥିଲା।
ଯଦି ବିରାଟଙ୍କ ଭଲ ପ୍ରଦର୍ଶନ ଉପରେ ନଜର ପକାଇବା ତେବେ ସେ ୨୦୧୬ରେ ପ୍ରଥମ ୩ଟି ମ୍ୟାଚ୍‌ରେ ୧୮୭ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?