ଆଇପିଏଲ୍‌ ଇତିହାସରେ ବିରାଟଙ୍କ ସବୁଠାରୁ ଖରାପ ପ୍ରଦର୍ଶନ

ନୂଆଦିଲ୍ଲୀ, ୨୯।୯: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଆଇପିଏଲ୍‌ରେ ଚାମ୍ପିୟନ ଖେଳାଳିଭାବେ ବିବେଚନା କରାଯାଇଥାଏ। କିନ୍ତୁ ଆଇପିଏଲ୍‌ର ଚଳିତ ତ୍ରୟୋଦଶ ସଂସ୍କରଣର ପ୍ରଥମ ୩ଟି ମ୍ୟାଚ୍‌କୁ ନଜର ପକାଇଲେ ବିରାଟଙ୍କ ବ୍ୟାଟ୍‌ ଶାନ୍ତ ରହିଥିବା ଜଣାପଡ଼ିଛି। ସେହିଭଳି ଆଇପିଏଲ୍‌ ଇତିହାସର ପ୍ରଥମ ୩ଟି ମ୍ୟାଚ୍‌ ଉପରେ ଯଦି ନଜର ପକାଇବା ତେବେ ବିରାଟଙ୍କ ଏହା ସବୁଠାରୁ ଖରାପ ପ୍ରଦର୍ଶନ।
ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ ଚଳିତ ସିଜନରେ ସନ୍‌ରାଇଜର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ମାତ୍ର ୧୪ ରନ୍‌ କରିପାରିଥିଲେ। ଏହାପରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ବିପକ୍ଷରେ ସେ ୧ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ସେହିଭଳି ସୋମବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳାଯାଇଥିବା ହାଇଭୋଲ୍‌ଟେଜ୍‌ ମୁକାବିଲାରେ କୋହଲି (୩ ରନ୍‌) ପୁଣିଥରେ ବ୍ୟାଟିଂରେ ବିଫଳ ହୋଇଥିଲେ। ଫଳରେ ଚଳିତ ସିଜନର ପ୍ରଥମ ୩ଟି ମ୍ୟାଚ୍‌ ଖେଳି ବିରାଟ ମାତ୍ର ୧୮ ରନ୍‌ ସଂଗ୍ରହ କରିପାରିଛନ୍ତି। ଯଦି ବିରାଟଙ୍କ ୧୨ ବର୍ଷର ଆଇପିଏଲ୍‌ ଇତିହାସ ଉପରେ ନଜର ପକାଇବା ତେବେ ପ୍ରଥମ ୩ଟି ମ୍ୟାଚ୍‌ ଦୃଷ୍ଟିରୁ ଏହା ସବୁଠାରୁ ଖରାପ ପ୍ରଦର୍ଶନ। ଏଥିପୂର୍ବରୁ ୨୦୧୦ ସିଜନର ପ୍ରଥମ ୩ଟି ମ୍ୟାଚ୍‌ରେ ସେ ମାତ୍ର ୩୪ ରନ୍‌ କରିପାରିଥିଲେ। ଯାହା ଆଇପିଏଲ୍‌ରେ ତାଙ୍କର ସବୁଠାରୁ ଖରାପ ପ୍ରଦର୍ଶନ ଥିଲା।
ଯଦି ବିରାଟଙ୍କ ଭଲ ପ୍ରଦର୍ଶନ ଉପରେ ନଜର ପକାଇବା ତେବେ ସେ ୨୦୧୬ରେ ପ୍ରଥମ ୩ଟି ମ୍ୟାଚ୍‌ରେ ୧୮୭ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri