Posted inଖେଳ

‘ଦ୍ୱିତୀୟ ଟେଷ୍ଟରେ ପରାସ୍ତ ହେଲେ ବଡ଼ ନିଷ୍ପତ୍ତି ନେଇପାରନ୍ତି କୋହଲି’

ଚେନ୍ନାଇ, ୧୦ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍‌ ପରାଜୟ ବରଣ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆର ଅବସ୍ଥା କ’ଣ ହୋଇଥିଲା, ତାହା ସଭିଙ୍କୁ ଜଣା। ସେତେବେଳେ ଭାରତୀୟ ଦଳର ଅଧିନାୟକ ଥିଲେ କୋହଲି। ତାଙ୍କ ନେତୃତ୍ୱରେ ଭାରତୀୟ ଦଳ ତା’ର ଅନ୍ତିମ ୪ ଟେଷ୍ଟରେ ପରାସ୍ତ ହୋଇଛି। ଏହି ଧାରା ନ ଭାଙ୍ଗିଲେ କୋହଲି ଏକ ବଡ଼ ନିଷ୍ପତ୍ତି ନେଇପାରନ୍ତି। ଏମିତି କିଛି ଆକଳନ କରିଛନ୍ତି ପୂର୍ବତନ ଇଂଲଣ୍ଡ ଖେଳାଳି ମଣ୍ଟି ପାନେସର।

”କୋହଲି ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। କିନ୍ତୁ ତାଙ୍କ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିପାରୁ ନାହିଁ। ସେ କ୍ୟାକଟେନ ଥିବାବେଳେ ଦଳ ଖେଳିଥିବା ଅନ୍ତିମ ୪ ମ୍ୟାଚ୍‌ର ଫଳାଫଳ ତାହା ସ୍ପଷ୍ଟ କରୁଛି। ପରବର୍ତ୍ତୀ ମ୍ୟାଚ୍‌ରେ କୋହଲି ଅଧିକ ଚାପର ସମ୍ମୁଖୀନ ହେବେ। କାରଣ ଅଜିଙ୍କ୍ୟ ରାହାନେ ଅଧିନାୟକ ଭାବେ ଭଲ ପ୍ରଦର୍ଶନ କରୁଛନ୍ତି। ଯଦି ୫ମ ମ୍ୟାଚ୍‌ରେ ଦଳକୁ ପରାଜୟର ମୁହଁ ଦେଖିବାକୁ ପଡ଼େ, ତେବେ ମୁଁ ଭାବୁଛି କୋହଲି ଭାରତୀୟ ଦଳର ଅଧିନାୟକ ପଦରୁ ଓହରିଯିବେ ବୋଲି ପାନେସର ଏକ ସାକ୍ଷାତ୍‌କାରରେ କହିଛନ୍ତି। ଉଲ୍ଲେଖଥାଉ କି, ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ଗସ୍ତରେ ଯାଇ ଦୁଇଟିକିଆ ଟେଷ୍ଟ ମ୍ୟାଚ୍‌ ସିରିଜ୍‌ ଖେଳିଥିଲା। ଏହି ସିରିଜ୍‌ର ଉଭୟ ମ୍ୟାଚ୍‌ରେ ବିରାଟବାହିନୀକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri