Posted inଖେଳ

Playing-11କୁ ଫେରିଲେ ବିରାଟ, ବାଦ୍‌ ପଡ଼ିଲେ…

କଟକ,୯ା୨: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଦିନିକିଆ ମ୍ୟାଚ୍‌ ପାଇଁ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଏହି ମ୍ୟାଚ୍‌ ମାଧ୍ୟମରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଛନ୍ତି। ଏହି ସମୟରେ ବିରାଟ କୋହଲି ଭାରତର ପ୍ଲେଇଂ ଇଲେଭେନକୁ ଫେରିଛନ୍ତି।

ମ୍ୟାଚ୍‌ ପାଇଁ ଟିମ୍‌ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ଦୁଇଟି ପରିବର୍ତ୍ତନ କରାଯାଇଥିଲା। ଗତ ମାଚ୍‌ରେ ଇନିଂସ ଓପନ କରିଥିବା ଯଶସ୍ବୀ ଜୟସ୍ବାଲଙ୍କୁ ପ୍ଲେଇଂ ଇଲେଭେନରୁ ବାଦ୍‌ ଦିଆଯାଇଥିଲା ଏବଂ ତାଙ୍କ ସ୍ଥାନରେ ବିରାଟ କୋହଲି ଫେରିଥିଲେ। କୁଲଦୀପ ଯାଦବଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ, ତାଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଛନ୍ତି।

ସେହି ସମୟରେ ଇଂଲଣ୍ଡ ମ୍ୟାଚ୍‌ର ପ୍ଲେଇଂ ଇଲେଭେନରେ ତିନୋଟି ପରିବର୍ତ୍ତନ କରିଥିଲା। ମାର୍କ ଉଡ, ଗୁସ୍‌ ଆଟ୍‌କିନସନ ଏବଂ ଜେମି ଓଭର୍ଟନ ଇଂଲଣ୍ଡ ଦଳର ପ୍ଲେଇଂ ଇଲେଭେନରେ ଆସିଛନ୍ତି।

ଭାରତର ପ୍ଲେଇଂ ଇଲେଭେନ୍‌
ରୋହିତ ଶର୍ମା (ଅଧିନାୟକ), ଶୁବମନ ଗିଲ(ଉପଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ. ରାହୁଲ (ଓ୍ବିକେଟ୍‌କିପର୍‌), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବୀନ୍ଦ୍ର ଜାଡେଜା, ହର୍ଷିତ ରାଣା, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ।

ଇଂଲଣ୍ଡର ପ୍ଲେଇଂ ଇଲେଭେନ୍‌

ଫିଲିପ ସଲ୍ଟ (ଓ୍ବିକେଟ୍‌କିପର୍‌), ବେନ ଡକେଟ, ଜୋ ରୁଟ୍‌, ହାରି ବ୍ରୁକ୍‌, ଜୋସ୍‌ ବଟଲର୍‌ (ଅଧିନାୟକ), ଲିଆମ ଲିଭିଂଷ୍ଟୋନ୍‌, ଜେମି ଓଭର୍ଟନ, ଗୁସ୍‌ ଆଟ୍‌କିନସନ, ଆଡିଲ ରସିଦ, ମାର୍କ ଉଡ, ସାକିବ ମହମ୍ମଦ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri