Posted inଜାତୀୟ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ବିକ୍ରମାଦିତ୍ୟଙ୍କୁ ମିଳିଲା କ୍ୟାବିନେଟ ପାହ୍ୟା

ଶିମ୍‌ଲା,୮।୧: ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ରବିବାର ତାଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂଙ୍କ ପୁଅ ବିକ୍ରମାଦିତ୍ୟ ସିଂ ଏବଂ ବରିଷ୍ଠ ବିଧାୟକ ଧାନିରାମ ଶାଣ୍ଡିଲଙ୍କ ସମେତ ୭ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହାକୁ ମିଶାଇ କ୍ୟାବିନେଟ ମନ୍ତ୍ରୀଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେବା ପରେ ଗତ ମାସ ୧୧ ତାରିଖରେ ସୁଖୁ ମୁଖ୍ୟମନ୍ତ୍ରୀ ଏବଂ ମୁକେଶ ଅଗ୍ନିହୋତ୍ରୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ବନାଥ ଆର୍ଲେକର ବିଧାୟକଙ୍କୁ ଶପଥପାଠ କରାଇଥିଲେ। ହିମାଚଳପ୍ରଦେଶ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ସର୍ବାଧିକ ମନ୍ତ୍ରୀ ସଂଖ୍ୟା ୧୨ ହେଉଥିବା ବେଳେ ଉପବାଚସ୍ପତି ପଦବୀ ସହ ଅନ୍ୟ ୩ଟି ପଦବୀ ଖାଲି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri