Posted inଖେଳ

ଏହି କମିଟିରେ ସ୍ଥାନ ପାଇଲେ ବୀରେନ୍ଦ୍ର ସେହ୍ବାଗ

ନୂଆଦିଲ୍ଲୀ, ୩୧ା୭ (ପି.ଟି.)-ଚଳିତବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ବିଜେତାଙ୍କୁ ବାଛିବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଏକ ୧୨ ଜଣିଆ ସିଲେକ୍ସନ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ ଭାରତ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ଓ ହକି ଷ୍ଟଲ୍‌ଓ୍ବାର୍ଟ ସର୍ଦ୍ଦାର ସିଂ ସ୍ଥାନ ପାଇଛନ୍ତି। ଏକାଧିକ କମିଟି ଗଠନ କରାଯିବା ଦ୍ୱାରା ଦ୍ୱନ୍ଦ୍ୱ ଓ ଜଟିଳ ପରିସ୍ଥିତି ସୃଷ୍ଟି ହେଉଛି। ତେଣୁ ମନ୍ତ୍ରଣାଳୟ ଗତବର୍ଷ ଭଳି ଗୋଟିଏ ସିଲେକ୍ସନ କମିଟି ଗଠନ କରିଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ଜଷ୍ଟିସ୍‌ ମୁକୁନ୍ଦକମ ଶର୍ମାଙ୍କୁ ଏହାର ମୁଖ୍ୟ କରାଯାଇଛି। ଏହି ପ୍ୟାନେଲରେ ପାରାଅଲିମ୍ପିକ ରୌପ୍ୟ ବିଜେତା ଦୀପା ମଲିକଙ୍କୁ ମଧ୍ୟ ସାମିଲ କରାଯାଇଛି। କମିଟିରେ ସ୍ଥାନ ପାଇଥିବା ଅନ୍ୟ ସଦସ୍ୟମାନଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ଟେବୁଲ ଟେନିସ ଖେଳାଳି ମୋନାଲିସା ବରୁଆ ମେହେଟା, ବକ୍ସର ଭେଙ୍କଟେଶନ ଦେବରାଜନଙ୍କ ସମେତ ସ୍ପୋଟର୍‌ସ କମେଣ୍ଟେଟର ମନୀଷ ଭଟାଭିଆ ଏବଂ ଜର୍ନାଲିଷ୍ଟ ଆଲୋକ ସିହ୍ନାଓ ନିରୁ ଭାଟିଆ। ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରତିବର୍ଷ ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ଅଗଷ୍ଟ ୨୯ରେ ଦିଆଯାଇଥାଏ। ସିଲେକ୍ସନ ପ୍ୟାନେଲରେ କ୍ରୀଡ଼ା ମନ୍ତ୍ରଣାଳୟ ପ୍ରତିନିଧି, ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ମହା ନିର୍ଦ୍ଦେଶକ ସନ୍ଦୀପ ପ୍ରଧାନ, ଯୁଗ୍ମ ସଚିବ (ସ୍ନୋଟର୍‌ସ ଡେଭଲପମେଣ୍ଟ) ଏଲ.ଏସ୍‌. ସିଂ ଏବଂ ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ) ରାଜେଶ ରାଜଗୋପାଳନ ମଧ୍ୟ ରହିବେ। ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତାଙ୍କୁ ବାଛିବା ଲାଗି କମିଟି ଅଧ୍ୟକ୍ଷ ଅନ୍ୟ ଦୁଇ ଜଣ ସଦସ୍ୟଙ୍କୁ ଆମନ୍ତ୍ରଣ କରିପାରନ୍ତି ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତ ବର୍ଷରୁ ପୁରସ୍କାର ଉତ୍ସବ ହୁଏତ ଏକ କିମ୍ବା ଦୁଇ ମାସ ଘୁଞ୍ଚାଇ ଦିଆଯାଇପାରେ। ଏ ବିଷୟରେ ଚୂଡ଼ାନ୍ତ ନିଷ୍ପତ୍ତି କିନ୍ତୁ ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri