Posted inଖେଳ

ଏହି କମିଟିରେ ସ୍ଥାନ ପାଇଲେ ବୀରେନ୍ଦ୍ର ସେହ୍ବାଗ

ନୂଆଦିଲ୍ଲୀ, ୩୧ା୭ (ପି.ଟି.)-ଚଳିତବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ବିଜେତାଙ୍କୁ ବାଛିବା ଲାଗି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଏକ ୧୨ ଜଣିଆ ସିଲେକ୍ସନ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ ଭାରତ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ଓ ହକି ଷ୍ଟଲ୍‌ଓ୍ବାର୍ଟ ସର୍ଦ୍ଦାର ସିଂ ସ୍ଥାନ ପାଇଛନ୍ତି। ଏକାଧିକ କମିଟି ଗଠନ କରାଯିବା ଦ୍ୱାରା ଦ୍ୱନ୍ଦ୍ୱ ଓ ଜଟିଳ ପରିସ୍ଥିତି ସୃଷ୍ଟି ହେଉଛି। ତେଣୁ ମନ୍ତ୍ରଣାଳୟ ଗତବର୍ଷ ଭଳି ଗୋଟିଏ ସିଲେକ୍ସନ କମିଟି ଗଠନ କରିଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ଜଷ୍ଟିସ୍‌ ମୁକୁନ୍ଦକମ ଶର୍ମାଙ୍କୁ ଏହାର ମୁଖ୍ୟ କରାଯାଇଛି। ଏହି ପ୍ୟାନେଲରେ ପାରାଅଲିମ୍ପିକ ରୌପ୍ୟ ବିଜେତା ଦୀପା ମଲିକଙ୍କୁ ମଧ୍ୟ ସାମିଲ କରାଯାଇଛି। କମିଟିରେ ସ୍ଥାନ ପାଇଥିବା ଅନ୍ୟ ସଦସ୍ୟମାନଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ଟେବୁଲ ଟେନିସ ଖେଳାଳି ମୋନାଲିସା ବରୁଆ ମେହେଟା, ବକ୍ସର ଭେଙ୍କଟେଶନ ଦେବରାଜନଙ୍କ ସମେତ ସ୍ପୋଟର୍‌ସ କମେଣ୍ଟେଟର ମନୀଷ ଭଟାଭିଆ ଏବଂ ଜର୍ନାଲିଷ୍ଟ ଆଲୋକ ସିହ୍ନାଓ ନିରୁ ଭାଟିଆ। ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରତିବର୍ଷ ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ଅଗଷ୍ଟ ୨୯ରେ ଦିଆଯାଇଥାଏ। ସିଲେକ୍ସନ ପ୍ୟାନେଲରେ କ୍ରୀଡ଼ା ମନ୍ତ୍ରଣାଳୟ ପ୍ରତିନିଧି, ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ମହା ନିର୍ଦ୍ଦେଶକ ସନ୍ଦୀପ ପ୍ରଧାନ, ଯୁଗ୍ମ ସଚିବ (ସ୍ନୋଟର୍‌ସ ଡେଭଲପମେଣ୍ଟ) ଏଲ.ଏସ୍‌. ସିଂ ଏବଂ ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ) ରାଜେଶ ରାଜଗୋପାଳନ ମଧ୍ୟ ରହିବେ। ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତାଙ୍କୁ ବାଛିବା ଲାଗି କମିଟି ଅଧ୍ୟକ୍ଷ ଅନ୍ୟ ଦୁଇ ଜଣ ସଦସ୍ୟଙ୍କୁ ଆମନ୍ତ୍ରଣ କରିପାରନ୍ତି ବୋଲି କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ କୁହାଯାଇଛି। କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତ ବର୍ଷରୁ ପୁରସ୍କାର ଉତ୍ସବ ହୁଏତ ଏକ କିମ୍ବା ଦୁଇ ମାସ ଘୁଞ୍ଚାଇ ଦିଆଯାଇପାରେ। ଏ ବିଷୟରେ ଚୂଡ଼ାନ୍ତ ନିଷ୍ପତ୍ତି କିନ୍ତୁ ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri