Posted inଖେଳ

ଏକଦା ସେହ୍ବାଗଙ୍କୁ କହିଥିଲେ ‘ଭାଇ ମୋ ଦରମା ବଢ଼ାଇଦିଅ’; ଏବେ ଆଇପିଏଲ୍‌ର ଶ୍ରେଷ୍ଠ ବୋଲର୍‌

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ କ୍ୟାପିଟାଲ୍ସର ଅନୁଭବୀ ଲେଗ୍‌ ସ୍ପିନର ଅମିତ ମିଶ୍ରା ମଙ୍ଗଳବାର ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ନିଜର ସ୍ପେଲ୍‌ରେ ସେ ୨୪ରନ୍‌ ଦେଇ ୪ ଉଇକେଟ ନେଇଥିଲେ। ଏହି ପ୍ରଦର୍ଶନ ପାଇଁ ତାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏଥିସହ ଦିଲ୍ଲୀ କ୍ୟାପିଟାଲ୍ସ ୬ ଉଇକେଟରେ ମ୍ୟାଚ୍‌କୁ ଜିତିଯାଇଥିଲା। ଏବେ ଭାରତୀୟ ପୂର୍ବ କ୍ରିକେଟର ବିରେନ୍ଦ୍ର ସେହ୍ବାଗ୍‌ ଅମିତଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି।

ନିଜ ଦଳର ଖେଳାଳିମାନଙ୍କ ମଧ୍ୟରୁ ଅମିତଙ୍କୁ ପସନ୍ଦ କରନ୍ତି ସେହ୍ବାଗ୍‌। ସେ କହିଛନ୍ତି, ଅମିତ ଜଣେ ଶାନ୍ତ ସ୍ବଭାବର ବ୍ୟକ୍ତି। ସମସ୍ତଙ୍କ ସହ ଭଲରେ ମିଶିଯାଇଥାନ୍ତି। ଏଣୁ ସେ ଦଳରେ ସମସ୍ତଙ୍କର ପ୍ରିୟ ଖେଳାଳି। ଯେତେବେଳେ ବ୍ୟାଟ୍ସମ୍ୟାନ୍‌ ତାଙ୍କ ବଲ୍‌ରେ ଭଲ ସ୍କୋର କରେ, ଅନ୍ୟମାନେ ଦୁଃଖିତ ହୋଇଥାନ୍ତି। ସେ ଉଇକେଟ ନେଲେ ସବୁ ଖୁସି ହୋଇଥାନ୍ତି। ଆଇପିଏଲ୍‌ରେ ସେ ପ୍ରଥମ ହାଟ୍ରିକ୍‌ ସେ ନେବା ବେଳ କଥା ମନେପଡେ। ତାଙ୍କୁ କ’ଣ ଆବଶ୍ୟକ ବୋଲି ପଚାରିଥିଲି। ସେ ଜବାବରେ ଭିରୁ ଭାଇ ମୋର ଦରମା ବଢ଼ାଇଦିଅ ବୋଲି କହିଥିଲେ। ଏବେ ତାଙ୍କୁ ଏଭଳି କଥା କହିବାର ଆବଶ୍ୟକତା ନାହିଁ। ଟୁର୍ନାମେଣ୍ଟର ଶ୍ରେଷ୍ଠ ବୋଲରଙ୍କ ମଧ୍ୟରୁ ସେ ଜଣେ। ସ୍ପିନର ହିସାବରେ ସେ ସବୁଠାରୁ ଅଧିକ ଉଇକେଟ ନେଇଛନ୍ତି ବୋଲି ସେହ୍ବାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri