Posted inଖେଳ

ପୃଥ୍ବୀ ‘ଥ୍ରୀ ଇନ୍‌ ଓ୍ବାନ୍‌’: ସେହ୍ବାଗ

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଓପନର୍‌ ପୃଥ୍ବୀ ଶ’ଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଦେଖିବାକୁ ମିଳିଥିଲା। ସେ ଆରମ୍ଭରୁ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରି ବିସ୍ଫୋରକ ଇନିଂସ ଖେଳିଥିଲେ। ଦୀର୍ଘ ୧୭ ମାସ ପରେ ସେ ଦିନିକିଆ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରି ୨୪ ବଲ୍‌ରେ ୯ ଚୌକା ସହାୟତାରେ ୪୩ ରନ୍‌ କରିଥିଲେ। କେବଳ ଚୌକାରୁ ସେ ୩୬ ରନ୍‌ ସଂଗ୍ରହ କରିଥିଲେ। ଏହି ଚମତ୍କାର ବ୍ୟାଟିଂ ପାଇଁ ପୃଥ୍ବୀଙ୍କୁ ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌ ଚୟନ କରାଯାଇଥିଲା। ଏହାକୁ ନେଇ ସୋସିଆଲ ମିଡିଆରେ ମଧ୍ୟ ଚର୍ଚ୍ଚା ହେଉଛି। ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ପୃଥ୍ବୀଙ୍କ ଏକ ମଜାଦାର ପୋଷ୍ଟ ଜରିଆରେ ତାଙ୍କ ପ୍ରଶଂସା କରିଛନ୍ତି।

ସେହ୍ବାଗ ନିଜ ଅଫିସିଆଲ୍‌ ଟୁଇଟର ଆକାଉଣ୍ଟରେ ନିଜ ସହ ସଚିନ ତେନ୍ଦୁଲକର ଏବଂ ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବତନ କିମ୍ବଦନ୍ତୀ ବ୍ରାଏନ ଲାରାଙ୍କ ଏକ ଫଟୋ ଶେୟାର କରିଛନ୍ତି। ସେ ଏହି ଫଟୋ ମାଧ୍ୟମରେ ପୃଥ୍ବୀଙ୍କୁ ୩ଜଣ ଅଭିଜ୍ଞ କ୍ରିକେଟରଙ୍କ ସହ ତୁଳନା କରିଥିଲେ। ଶ’ ‘ଥ୍ରି ଇନ୍‌ ଓ୍ବାନ୍‌’ ବୋଲି ସେ ଦର୍ଶାଇଛନ୍ତି। ତେବେ ସେହ୍ବାଗ କ୍ୟାପ୍‌ଶନରେ ପ୍ରଥମ ୫.୩ ଓଭର ଆମର ଥିଲା ବୋଲି ଲେଖିଛନ୍ତି।

ପ୍ରକାଶ ଯେ, ୨୦୧୮ରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ପୃଥ୍ବୀ ନିଜର ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିଲେ। ସେ ଦୁଇଟି ଟେଷ୍ଟର ୩ ଇନିଂସରେ ୨୩୭ ରନ୍‌ ସ୍କୋର କରିଥିଲେ। ଏହି ସିରିଜ୍‌ ପରେ ଭାରତୀୟ ଦଳର କୋଚ୍‌ ରବି ଶାସ୍ତ୍ରୀ ତାଙ୍କ ମଧ୍ୟରେ ସଚିନ, ସେହ୍ବାଗ ଏବଂ ଲାରାଙ୍କ ଝଲକ ଦେଖିବାକୁ ମିଳେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri