Posted inଖେଳ

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର ପାଇଁ ଭାରତ ଅଣ୍ଡର-୧୯ ଜର୍ସିରେ ମଇଦାନକୁ ଓହ୍ଲାଇଛନ୍ତି। ତେବେ ଡେବ୍ୟୁ ମ୍ୟାଚ୍‌ରେ ଆର୍ଯ୍ୟବୀର ବଡ଼ ଇନିଂସ ଖେଳିପାରିନାହାନ୍ତି।

ଆର୍ଯ୍ୟବୀର ୨୬ଟି ବଲ୍‌ରେ ୨୮ ରନ କରି ପାଭିଲିୟନ ଫେରିଥିଲେ। ତାଙ୍କ ଇନିଂସରେ ୫ଟି ଚୌକା ରହିଥିଲା। ବର୍ଷା ଯୋଗୁ ୫୦ ଓଭରର ମ୍ୟାଚ୍‌କୁ ୨୦ ଓଭରକୁ କମାଇ ଦିଆଯାଇଥିଲା। ତେଣୁ ଭାରତୀୟ ଓପନରଙ୍କ ଉପରେ ଆରମ୍ଭରୁ ଦ୍ରୁତ ରନ କରିବାର ଚାପ ଥିଲା।
ଆର୍ଯ୍ୟବୀରଙ୍କ ଅଣ୍ଡର-୧୯ ଡେବ୍ୟୁ ନିଜ ଆଖିରେ ଦେଖିବା ପାଇଁ ତାଙ୍କ ବାପା ତଥା ଭାରତର ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ମଧ୍ୟ ନିରଞ୍ଜନ ଶାହ ଷ୍ଟାଡିୟମରେ ଉପସ୍ଥିତ ଥିଲେ। ଷ୍ଟାଣ୍ଡରେ ବସି ପୁଅଙ୍କୁ ଭାରତ ଅଣ୍ଡର-୧୯ ଜର୍ସିରେ ଖେଳୁଥିବା ଦେଖୁଥିବା ସେହ୍ବାଗଙ୍କ ଫଟୋ ସୋସିଆଲ ମିଡିଆରେ ମଧ୍ୟ ଚର୍ଚ୍ଚାକୁ ଆସିଛି।

ଆର୍ଯ୍ୟବୀର ଏହା ପୂର୍ବରୁ ଘରୋଇ କ୍ରିକେଟ୍‌ରେ ମଧ୍ୟ ବ୍ୟାଟିଂ ଦ୍ୱାରା ନିଜ ପ୍ରତିଭାର ଝଲକ ଦେଖାଇଛନ୍ତି। ଆର୍ଯ୍ୟବୀର ବଡ଼ ସ୍କୋର କରିପାରି ନ ଥିବାବେଳେ ଭାରତୀୟ ଇନିଂସକୁ ଶେଷ ଆଡ଼କୁ ମଜଭୁତ କରିଥିଲେ ରାହୁଲ ଦ୍ରାବିଡଙ୍କ ସାନ ପୁଅ ଅନଭୟ ଦ୍ରାବିଡ।

୬ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ଅନଭୟ ମାତ୍ର ୧୮ଟି ବଲ୍‌ରୁ ୩୮ ରନ୍‌ରେ ଦ୍ରୁତ ଇନିଂସ ଖେଳିଥିଲେ। ତାଙ୍କ ଇନିଂସରେ ୨ଟି ଚୌକା ଓ ୩ଟି ଛକା ରହିଥିଲା। ଭାରତ ୮୮ ରନ୍‌ରେ ୪ଟି ଉଇକେଟ ହରାଇଥିବା ସମୟରେ ଅନଭୟଙ୍କ ଏହି ଦ୍ରୁତ ଇନିଂସ ଦଳକୁ ୧୫୦ ରନ ପାର କରାଇବାରେ ଗୁରୁତ୍ୱପୂର୍ଣ୍ଣ ହୋଇଥିଲା।

ଭାରତ ଅଣ୍ଡର-୧୯ ୨୦ ଓଭରରେ ୬ ଉଇକେଟ ହରାଇ ୧୮୨ ରନ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ୧୭୫ ରନ କରିପାରିଥିଲା। ଫଳରେ ଭାରତ ୭ ରନ୍‌ରେ ମ୍ୟାଚ ଜିତିଥିଲା।

ଭାରତର ବିଜୟରେ ଯଶବର୍ଦ୍ଧନ ଚୌହାନଙ୍କ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ସେ ବ୍ୟାଟିଂରେ ୫୪ ରନ କରିବା ସହ ବୋଲିଂରେ ୨ଟି ଉଇକେଟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?