Posted inଜାତୀୟ

‘ଭର୍ଚୁଆଲରେ ହୋଇପାରିବ ବିବାହ ପଞ୍ଜୀକରଣ’

ନୂଆଦିଲ୍ଲୀ, ୧୨ା୯: ଭିଡିଓ କନଫରେନ୍ସ ମାଧ୍ୟମରେ ଭର୍ଚୁଆଲ ଉପସ୍ଥିତିରେ ମଧ୍ୟ ଦମ୍ପତିଙ୍କ ବିବାହ ପଞ୍ଜୀକରଣ ହୋଇପାରିବ। ଏଥିପାଇଁ ବ୍ୟକ୍ତିଗତ ଉପସ୍ଥିତି ନିମନ୍ତେ ଥିବା କଠୋର ଆଇନ ଯୋଗୁ ଏବେର ସମୟରେ ନାଗରିକମାନଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। ଆମେରିକାରେ ରହୁଥିବା ଭାରତୀୟ ଦମ୍ପତି ଭିଡିଓ କନଫରେନ୍ସିଂ ଜରିଆରେ ବିବାହ ପଞ୍ଜୀକରଣ ନିମନ୍ତେ ହାଇକୋର୍ଟରେ କରିଥିବା ଆବେଦନର ଶୁଣାଣି କରି ଜଷ୍ଟିସ୍‌ ରେଖା ପାଲ୍ଲି ଉପରୋକ୍ତ ରାୟ ଦେଇଛନ୍ତି। ରେଜିଷ୍ଟ୍ରେଶନ ଅର୍ଡର ଧାରା-୪ରେ ଭିଡିଓ କନଫରେନ୍ସ ମାଧ୍ୟମରେ ମଧ୍ୟ ‘ବ୍ୟକ୍ତିଗତ ଉପସ୍ଥିତି’କୁ ସାମିଲ କରାଯାଇପାରିବ। ଏଥିରେ ବାଧା ସୃଷ୍ଟିହେଲେ ବିବାହ ପଞ୍ଜୀକରଣ ଆଇନର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହୋଇପାରିବ ନାହିଁି ଏବଂ ଭିଡିଓ କନଫରେନ୍ସ ଭଳି ଗୁରୁତ୍ୱପୂର୍ଣ୍ଣ ତଥା ସହଜରେ ଉପଲବ୍ଧ ଉପକରଣ ବ୍ୟବହାର ଏ ଦିଗରେ ଉପଯୋଗ ହୋଇପାରିବ ନାହିଁ ବୋଲି ଜଷ୍ଟିସ୍‌ ପାଲ୍ଲି କହିଛନ୍ତି। ଏଥିସହ ସମ୍ପୃକ୍ତ ଯୋଡ଼ି ପଞ୍ଜୀକରଣ କର୍ତ୍ତୃପକ୍ଷଙ୍କ ନିକଟରେ ଭର୍ଚୁଆଲ ମାଧ୍ୟମରେ ଉପସ୍ଥିତ ରହି ସେମାନଙ୍କ ବିବାହ ରେଜିଷ୍ଟର କରିପାରିବେ ବୋଲି କୋର୍ଟ ଅନୁମତି ଦେଇଥିଲେ। ତେବେ ପଞ୍ଜୀକରଣ ବେଳେ କର୍ତ୍ତୃପକ୍ଷଙ୍କ ନିକଟରେ ଦୁଇଜଣ ସାକ୍ଷୀ ବୈଧ ପରିଚୟ ପତ୍ର ସହ ଶାରୀରିକ ଭାବେ ଉପସ୍ଥିତ ରହିବେ ବୋଲି ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri