କରୋନାର ନୂଆ ଷ୍ଟ୍ରେନ୍ ୨୦୨୧ରେ ନେବ ଅଧିକ ଜୀବନ!

ଲଣ୍ଡନ,୨୫ ।୧୨: ବ୍ରିଟେନରେ ବ୍ୟାପିଥିବା କରୋନା ଭାଇରସର ନୂଆ ଷ୍ଟ୍ରେନକୁ ନେଇ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି । ଏକ ଅଧ୍ୟୟନରୁ ଜଣାପଡିଛି କି ଏହି ନୂଆ ଷ୍ଟ୍ରେନ୍ ପୁରୁଣା ଭାଇରସ ତୁଳନାରେ ୫୬ ପ୍ରତିଶତ ଅଧିକ କ୍ଷତିକାରକ । ଏହାଦ୍ୱାରା ଅଧିକ ସଂଖ୍ୟାରେ ମୃତ୍ୟୁ ଆଶଙ୍କା କରାଯାଉଛି । ତେଣୁ ଏହାକୁ ନେଇ ବ୍ରିଟେନରେ ଯେତେଶୀଘ୍ର ଟିକାକରଣ କରାଯିବା ଦରକାର । ଲଣ୍ଡନ ସ୍କୁଲ ଅଫ୍ ହାଇଜିନ ଆଣ୍ଡ ଟ୍ରପିକାଲ ମେଡିସିନରେ ସେଣ୍ଟର ଫର ମ୍ୟାଥମେଟିକାଲ ମଡଲିଂ ଅଫ୍ ଇନଫେକସନ୍ ଡିଜିଜ ପକ୍ଷରୁ ପ୍ରକାଶିତ ଏକ ଷ୍ଟଡି ଅନୁଯାୟୀ, ନଭେମ୍ବରରେ ଦକ୍ଷିଣ ପୂର୍ବ ଇଂଲଣ୍ଡରେ ଦ୍ରୁତ ଗତିରେ ବ୍ୟାପିଥିବା ଏହି ଷ୍ଟ୍ରେନ୍ କାରଣରୁ ଆସନ୍ତା ବର୍ଷ କୋଭିଡ-୧୯ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ମୃତକଙ୍କ ସଂଖ୍ୟାରେ ମଧ୍ୟ ବୃ୍‌ଦ୍ଧି ଘଟିବ । ହେଲେ ଏବେ ପର୍ଯ୍ୟନ୍ତ ଏହା ପ୍ରମାଣିତ ହୋଇନାହିଁ ଯେ ମ୍ୟୁଟେଡେଡ ଷ୍ଟ୍ରେନ୍ ପୁରୁଣା ଭାରିଏଣ୍ଟଠାରୁ ଅଧିକ କ୍ଷତିକାରକ କି ନା । ହେଲେ ବିଶେଷଜ୍ଞଙ୍କ କହିବା କଥା ହେଲା ୨୦୨୧ରେ ସଂକ୍ରମଣ କାରଣରୁ ରୋଗୀଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ବୃଦ୍ଧି ହେବ । କିନ୍ତୁ ନଭେମ୍ବରରେ ଲଣ୍ଡନରେ ଲାଗୁ କରାଯାଇଥିବା ଲକଡାଉନ ଦ୍ୱାରା ସଂକ୍ରମଣ କମ୍ ହେବନାହିଁ ଯେଉଁ ପର୍ଯ୍ୟନ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ ନ କରାଯାଇଛି । ଯଦି ଲକ୍‌ଡାଉନରେ ସାମାନ୍ୟ ଢିଲା କରାଯାଏ ତେବେବି ସଂକ୍ରମଣ ବଢିଯିବ । ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଖ୍ରୀଷ୍ଟମାସ ଛୁଟିକୁ ଆଖିଆଗରେ ରଖି ଲକଡାଉନ ଜାରି କରିଥିବା ବଳେ ସେ କହିଛନ୍ତି, ନୂଆ ଷ୍ଟ୍ରେନ୍ ୭୦ ପ୍ରତିଶତ ଅଧିକ ଗତିରେ ସଂକ୍ରମଣ ହେବାର ଆଶଙ୍କା ରହିଛି । ଅନ୍ୟପଟେ ବାୟୋଏନଟେକର କୋ-ଫାଉଣ୍ଡର କହିଛନ୍ତି ଆମ ଭ୍ୟାକ୍ସିନ ନୂଆ ଭାଇରସ ଉପରେ କାମ କରିପାରେ ଯଦି ନ କାମ କରେ ୬ ସପ୍ତାହ ମଧ୍ୟରେ ଏଥିପାଇଁ ଭ୍ୟାକ୍ସିନ ତିଆରି ହୋଇ ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri