Posted inଜାତୀୟ

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ ଘଟଣା ଘଟିଛି ପଶ୍ଚିମବଙ୍ଗର ଜଣେ ମହିଳାଙ୍କ କ୍ଷେତ୍ରରେ, ଯିଏ କି ବୁଧବାର ନେପାଳରେ ଘଟିଥିବା ଆକସ୍ମିକ ବନ୍ୟାଜନିତ ବିପର୍ଯ୍ୟୟରୁ ନିଶ୍ଚିତ ମୃତ୍ୟୁ ମୁଖରୁ ବର୍ତ୍ତିଯାଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗର ତପତୀ ସିଂହ (୬୧)। ତପତୀଙ୍କ ଭିଜାକୁ ଚାଇନା ସରକାର ନାମଞ୍ଜୁର କରିବା ତାଙ୍କ ପାଇଁ ଶୁଭଙ୍କର ସାବ୍ୟସ୍ତ ହୋଇଛି। ଯଦି ତାଙ୍କର ଚାଇନା ଭିଜା ମଞ୍ଜୁର ହୋଇଥାନ୍ତା, ତେବେ ସେ କୈଳାସ ମାନସରୋବର ତୀର୍ଥଯାତ୍ରା ପାଇଁ ପଶ୍ଚିମବଙ୍ଗରୁ ନେପାଳ ଯାଇଥିବା ୩୩ ଜଣିଆ ତୀର୍ଥଯାତ୍ରୀ ଦଳର ଅଂଶବିଶେଷ ହୋଇଥାନ୍ତେ। ଭିଜା ନାମଞ୍ଜୁର ହେବା ପରେ ମନଦୁଃଖରେ ସେ ଲଦାଖ ଭ୍ରମଣରେ ଚାଲିଯାଇଥିଲେ। ଗୁରୁବାର ସାରେ ଲଦାଖ ଗସ୍ତ କାଟଛାଣ୍ଟ କରି ଦିଲ୍ଲୀ ଦେଇ କୋଲକାତା ଫେରୁଥିବା ବେଳେ ପିଟିଆଇକୁ ସେ ନିଜର ଆଶ୍ଚର୍ଯ୍ୟଜନକ ଅନୁଭୂତି ବର୍ଣ୍ଣନା କରିଛନ୍ତି।
ତପତୀ କହିଛନ୍ତି, କୋଲକାତାସ୍ଥିତ ଏକ ଟ୍ରାଭେଲ ଏଜେନ୍ସି ଜରିଆରେ ଗତ ମେ ମାସରୁ ସେ ଏହି ୧୩ ଦିନିଆ କୈଳାସ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିଲେ। ଦଳଗତ ବୈଠକ, କିଣାକିଣି ଏବଂ ଟ୍ରେକିଂ ତାଲିମ ସବୁଥିରେ ସେ ଭାଗ ନେଇଥିଲେ। ମାତ୍ର ଗସ୍ତର କିଛି ଦିନ ପୂର୍ବରୁ କୌଣସି ନିର୍ଦ୍ଦିଷ୍ଟ କାରଣ ନ ଦର୍ଶାଇ ତାଙ୍କ ଭିଜାକୁ ରଦ୍ଦ କରାଯାଇଥିବା ସୂଚନା ମିଳିଥିଲା। ସେହି ସମୟରେ ଏହି ଘଟଣା ତାଙ୍କୁ ଗଭୀର ଆଘାତ ଦେଇଥିଲେ ବି ଆଜି ସେ ନିଜକୁ ଭାଗ୍ୟବାନ ମନେକରୁଛନ୍ତି। ଅପରପକ୍ଷରେ, ତାଙ୍କ ସହ ଯାତ୍ରା କରିଥିବା ଅନ୍ୟ ୩୨ ଜଣ ପର୍ଯ୍ୟଟକଙ୍କ ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିପାରିନାହିଁ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri