ବିଶାଖାପାଟଣା-ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ

ରାୟଗଡ଼ା,୧୦।୩ (ଆଶିଷ ରଞ୍ଜନ ପଣ୍ଡା)- ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେଶନ ନିକଟରେ ରବିବାର ସା ପ୍ରାୟ ୭ଟାରେ ଏକ ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିଶାଖାପାଟଣା- ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ର ଇଞ୍ଜିନ ସହିତ ୨ଟି ବଗି ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣାରେ ଜଣେ ଲୋକୋ ପାଇଲଟ ଆହତ ହୋଇଛନ୍ତି। ଅନ୍ୟ କୋଣସି ଯାତ୍ରୀ ମୃତାହତ ହୋଇ ନ ଥିବା ସୂଚନା ମିଳିଛି।

ବିଶାଖାପାଟଣା-ଭବାନୀପାଟଣା ପାସେଞ୍ଜର ଟ୍ରେନ୍‌ ରବିବାର ସା ୬ଟାରେ ବିଶାଖାପାଟଣା ଛାଡିଥିଲା। କୋତାବାଲସା ଷ୍ଟେଶନରେ ୬ଟା ୪୮ ମିନିଟ୍‌ରେ ପହଞ୍ଚି ଷ୍ଟେଶନ ଛାଡିଥିଲା। ତେବେ ପ୍ଲାଟଫର୍ମରୁ ଦୁଇ ନମ୍ବର ରୁଟ୍‌ରେ ଯିବା ବେଳେ ହଠାତ ଟ୍ରେନ୍‌ ଲାଇନଚ୍ୟୁତ ହୋଇଥିଲା।

ଟ୍ରେନର ଇଞ୍ଜିନ ସହିତ ଆଉ ଦୁଇଟି ଯାତ୍ରୀବାହୀ ବଗିରେଳ ଧାରଣାରୁ ତଳକୁ ଖସିପଡ଼ିଥିଲା। ଖବରପାଇ ବିଜୟନଗରମ୍‌ ଓ ବିଶାଖାପାଟଣା ଷ୍ଟେଶନ ସମେତ ସ୍ଥାନୀୟ ପୋଲିସ ଓ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ବିଶାଖାପାଟଣା ରେଳ ଡିଭିଜନ କାର୍ଯ୍ୟାଳୟଠାରୁ ରିଲିଫ ଟିମ ଘଟଣାସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରୁଥିବା ରେଳ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୁର୍ଘଟଣା ଯୋଗୁ ବିଜୟନଗରମ ଓ ବିଶାଖାପାଟଣା ଷ୍ଟେଶନ ମଧ୍ୟରେ ରେଳ ଚଳାଚଳ ପ୍ରଭାବିତ ହୋଇଛି। ଅନେକ ଟ୍ରେନ୍‌ ବିଭିନ୍ନ ସ୍ଥାନରେ ଅଟକି ରହିଛି। ପ୍ରକାଶଥାଉକି, ଗତ ଅକ୍ଟୋବର ୨୯ରେ ଆନ୍ଧ୍ରପ୍ରଦେଶ ରାଜ୍ୟ କଣ୍ଟକାପଲିଠାରେ ଏହି ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ଯୋଗୁ ୧୧ଜଣଙ୍କ ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?