ଅଜୟଙ୍କୁ ଶ୍ରେଷ୍ଠ ଅଭିନେତା, ବିଶାଲଙ୍କୁ ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ପୁରସ୍କାର

ମୁମ୍ବାଇ: ରାଷ୍ଟ୍ରପତି ଭବନରେ ଶୁକ୍ରବାର ଚଳିତବର୍ଷର ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବଲିଉଡ୍‌ ଫିଲ୍ମ ‘ତାନହା ଜୀ: ଦ ଅନ୍‌ସଙ୍ଗ ଓ୍ବାରିୟର୍‌’ ପାଇଁ ଅଜୟ ଦେବଗନ୍‌ ଓ ସାଉଥ୍‌ ଫିଲ୍ମ ‘ସୂରାରି ପୋତ୍ତ୍ରୁ’ ପାଇଁ ସୂୟ୍ୟାଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଖ୍ୟାତନାମା ଅଭିନେତ୍ରୀ ଆଶା ପାରେଖଙ୍କୁ ଦାଦା ସାହେବ ଫାଲ୍‌କେ ପୁରସ୍କାର ଦ୍ୱାରା ପୁରସ୍କୃତ କରାଯାଇଛି। ଏ ଅବସରରେ ଆଶା କହିଛନ୍ତି, ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିବାରୁ ମୁଁ ବେଶ୍‌ ଉତ୍ସାହିତ। ୮୦ତମ ଜନ୍ମ ଦିନର ଗୋଟିଏ ଦିନ ପୂର୍ବରୁ ଦାଦା ସାହେବ୍‌ ଫାଲ୍‌କେ ପୁରସ୍କାର ମୋ ପାଇଁ ବିରାଟ ଉପହାର ବୋଲି ସେ କହିଛନ୍ତି। ବଲିଉଡ୍‌ର ହିଟ୍‌ ଗର୍ଲ ଭାବେ ଜଣାଯାଉଥିବା ଆଶା ନିଜ ଫିଲ୍ମି କ୍ୟାରିୟର୍‌ରେ ଶତାଧିକ ଫିଲ୍ମରେ କାମ କରିଛନ୍ତି। ତାଙ୍କର ଅଧିକାଂଶ ଫିଲ୍ମ ଦର୍ଶକଙ୍କୁ ପସନ୍ଦ ଆସିଥିବା ବେଳେ ବକ୍ସ ଅଫିସ୍‌ରେ ହିଟ୍‌ ସାବ୍ୟସ୍ତ ହୋଇଛି। ସୂରାରାଇ ପୋତ୍ତ୍ରୁ ଚଳଚ୍ଚିତ୍ରକୁ ବେଷ୍ଟ ଫିଚର ଫିଲ୍ମ କାଟାଗୋରିରେ ସମ୍ମାନୀତ କରାଯାଇଛି। ସେହିପରି ଏହି ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅପର୍ଣ୍ଣା ବାଲାମୂରଲିଙ୍କୁ ଚଳିତ ବର୍ଷର ବେଷ୍ଟ ଆକ୍ଟ୍ରେସ୍‌ ପୁରସ୍କାର ପ୍ରଦାନ କରାଯାଇଛି। ‘ଆୟାପ୍ପାନମ କୋଶିୟୁମ’ ସଙ୍ଗୀତ ପାଇଁ ଗାୟିକା ନାନ୍‌ଚ୍ଚମ୍ମାଙ୍କୁ ବେଷ୍ଟ ପ୍ଲେବ୍ୟାକ୍‌ ସିଙ୍ଗର ଫିମେଲ ଓ ମରାଠୀ ଫିଲ୍ମ ‘ଆଇ ଆମ୍‌ ବସନ୍ତରାଓ’ ପାଇଁ ରାହୁଲ ଦେଶପାଣ୍ଡେଙ୍କୁ ପୁରୁଷ ଶ୍ରେଣୀରେ ଶ୍ରେଷ୍ଠ ଗାୟକ ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ପ୍ରସିଦ୍ଧ ସଂଗୀତ ରଚନା ତଥା ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜଙ୍କୁ ରାଷ୍ଟ୍ରପତି ଡକ୍ୟୁମେଣ୍ଟାରି ୧୨୩୨ କିଲୋମିଟରର ଗୀତ ‘ମାରେଙ୍ଗେ ତ ଓ୍ବହିଁ ଜାକର’ ପାଇଁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ଭାବେ ପୁରସ୍କୃତ କରିଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୨୨ରେ ଏହି ପୁରସ୍କାର ଘୋଷଣା କରାଯାଇଥିବା ବେଳେ ସେପ୍ଟେମ୍ବର ୩୦ ଅର୍ଥାତ୍‌ ଶୁକ୍ରବାର ବିଜେତାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହାପୂର୍ବରୁ ୧୯୯୮ରେ ଅଜୟ ଦେବଗନଙ୍କୁ ଫିଲ୍ମ ‘ଜଖମ’ ଏବଂ ‘ଦି ଲିଜେଣ୍ଡ ଅଫ୍‌ ଭାଗବତ ସିଂ’ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?