Posted inଖେଳ

ବିଷ୍ଣୁ, ଗଣପତି-ବରୁଣଙ୍କୁ ଅଲିମ୍ପିକ୍‌ ଯୋଗ୍ୟତା

ନୂଆଦିଲ୍ଲୀ, ୯।୪(ପି.ଟି.)-ଏକ ଐତିହାସିକ ଘଟଣା କ୍ରମରେ ପ୍ରଥମ ଥରପାଇଁ ଅଲିମ୍ପିକ୍ସରେ ୪ ଜଣ ଭାରତୀୟ ସେଲର ଅଂଶଗ୍ରହଣ କରିବାକୁ ଯାଉଛନ୍ତି। ଓମାନରେ ଏସୀୟ ଯୋଗ୍ୟତା ପର୍ଯ୍ୟାୟ ପ୍ରତିଯୋଗିତା ମୁସାନା ଓପନ ଚାମ୍ପିୟନଶିପ୍‌ରେ ଚମତ୍କାର ପ୍ରଦର୍ଶନ କରି ବିଷ୍ଣୁ ସରଭାନନ ଏବଂ ଗଣପତି ଚେଙ୍ଗାପ୍ପା-ବରୁଣ ଠାକୁର ଯୋଡ଼ି ଟୋକିଓ ଟିକେଟ ହାସଲ କରିଛନ୍ତି। ବୁଧବାର ପ୍ରଥମ ଭାରତୀୟ ମହିଳା ସେଲରଭାବେ ନେଥ୍ରା କୁମାନନ ଅଲିମ୍ପିକ୍ସ ଯୋଗ୍ୟତା ପାଇଥିଲେ। ପ୍ରଥମଥରପାଇଁ ଭାରତ ଅଲିମ୍ପିକ୍ସରେ ୩ଟି ସେଲିଂ ଇଭେଣ୍ଟରେ ଭାଗନେବ। ପୂର୍ବରୁ ଅଲିମ୍ପିକ୍ସରେ ଭାରତ ଗୋଟିଏ ଇଭେଣ୍ଟରେ ଭାଗ ନେଇଆସୁଥିଲା। ୪ ଥର ଯାକ ୨ ଜଣ ସେଲର ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ”ଭାରତୀୟ ସେଲିଂ ଇତିହାସରେ ଏଥର ନୂଆ ଫର୍ଦ୍ଦ ଯୋଗ ହୋଇଛି। ୪ ସେଲର ୩ ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଅଲିମ୍ପିକ୍ସରେ ଭାରତ ପାଇଁ ଏହା ସର୍ବାଧିକ ପ୍ରତିଯୋଗୀ ଏବଂ ଇଭେଣ୍ଟ“ ବୋଲି ୟାଚିଂ ଆସୋସିଏଶନ ଅଫ୍‌ ଇଣ୍ଡିଆର ଯୁଗ୍ମ ସମ୍ପାଦକ କ୍ୟାପଟେନ ଜିତେନ୍ଦ୍ର ଦୀକ୍ଷିତ ପ୍ରକାଶ କରିଛନ୍ତି। ବର୍ଷବର୍ଷ ଧରି କଠିନ ପରିଶ୍ରମର ଏହା ଫଳ ବୋଲି ଭାରତୀୟ ସେଲିଂ କୋଚ୍‌ ଟୋମାଜ ଜାନୁଜେସ୍କି କହିଛନ୍ତି। ପୂର୍ବରୁ ଭାରତର ଫାରୁଖ ତାରାପୋରେ-ଧ୍ରୁବ ଭଣ୍ଡାରୀ ୧୯୮୪, ତାରାପୋରେ-କେଲି ରାଓ ୧୯୮୮, ତାରାପୋରେ-ସାଇରସ କାମା ୧୯୯୨ ଏବଂ ମାଲଭ ଶ୍ରଫ-ସୁମିତ ପଟେଲ ୨୦୦୪ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri