ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ

ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଥିଲା। ଏହାଛଡ଼ା ମୋଗଲ ତାମସାକୁ ଲୋକଲୋଚନକୁ ଆଣିବାରେ ତାଙ୍କ ଅବଦାନ ଅବିସ୍ମରଣୀୟ ଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଭଦ୍ରକ ଜିଲା ତିହିଡ଼ି କାଳୀପଡ଼ିଆରେ ବିଷ୍ଣ ସେଠୀ ସ୍ମୃତି ସଂସଦ ପକ୍ଷରୁ ଗୁରୁବାର ଅନୁଷ୍ଠିତ ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ୨ୟ ବାର୍ଷିକ ଶ୍ରାଦ୍ଧ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମାଝୀ ଏହା କହିବା ସହ ରାଜ୍ୟରେ ଭାଜପା ସଙ୍ଗଠନକୁ ସୁଦୃଢ କରିବାରେ ତାଙ୍କ ଅବଦାନ ଅବିସ୍ମରଣୀୟ ଥଲା ବୋଲି ମତବ୍ୟକ୍ତ କରିଥିଲେ। ବରେଣ୍ୟ ଅତିଥି ଭାବେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଜଙ୍ଗଲ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ରାଜ୍ୟସଭା ଏମ୍‌ପି ବିଜୟ ପାଲ ସିଂ ତୋମାର ପ୍ରମୁଖ ଏଥିରେ ଯୋଗଦେଇ ପୂର୍ବତନ ବିଧାୟକ ସେଠୀଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ। ଏହି ଅବସରରେ ସ୍ବର୍ଗତ ସେଠୀଙ୍କ ରଚିତ କବିତା ସଂକଳନ ନଈ ପାଣି ନଈକି ଯା’ ଓ ସାହିତି୍ୟକୟକ ଦୈତାରୀ ମହାପାତ୍ର ଓ ନାଟ୍ୟକାର ନିର୍ମଳ ରାଉତଙ୍କ ସମ୍ପାଦିତ ପୁସ୍ତକ ‘କବିତାରେ କବିତାରେ ବିଷ୍ଣୁ ସେଠୀ’ ଅତିଥିମାନେ ଉନ୍ମୋଚନ କରିଥିଲେ। ପୁସ୍ତକ ଉନ୍ମୋଚନ ବେଳେ ସ୍ବର୍ଗତ ସେଠୀଙ୍କ ସ୍ତ୍ରୀ ଉର୍ମିଳା ପାଣିଗ୍ରାହୀ ଉପସ୍ଥିତ ଥିଲେ। ଅଧ୍ୟାପକ ମୃତ୍ୟୁଞ୍ଜୟ ରଥଙ୍କ ସଞ୍ଚାଳନାରେ ଅନୁଷ୍ଠିତ ଉତ୍ସବରେ ଏମପି ଅଭିମନ୍ୟୁ ସେଠୀ ସ୍ବାଗତ ଭାଷଣ ଓ ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧନ୍ୟବାଦ ଦେଇଥିଲେ। ଏହି ଉତ୍ସବରେ ବିଭିନ୍ନ ବିଧାନସଭା ମଣ୍ତଳୀର ବିଧାୟକଙ୍କ ସମେତ ସାହିତି୍ୟକ ଓ ବରିଷ୍ଠ ରାଜନୈତିକ ନେତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?