ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ ଏସ୍‌ପି ଅଭିଳାଷ ଜି ଖବରଦାତା ସମ୍ମିଳନୀ କରି ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ଦେଇଛନ୍ତି । ବିଜୁ ସେଠଙ୍କୁ ଗିରଫ କରିବା ପରେ ହତ୍ୟା ପଛର କାରଣ ସାମ୍ନାକୁ ଆସିଛି ।

ଗତ ୧୩ ତାରିଖ ରାତିରେ ବଲାଙ୍ଗୀ ସହର ଉପକଣ୍ଠ ବିଷ୍ଣୁମୁଣ୍ଡା ଗାଁର ପାନଦୋକାନୀ ମନୋଜ ନାଏକଙ୍କୁ ହତ୍ୟା କରାଯାଇଥିଲା । ଲାଇନ ନ ଥିବା ସମୟରେ ଏହାର ସୁଯୋଗ ନେଇ ପୋଲ ଉପରେ ବସିଥିବା ମନୋଜଙ୍କୁ ଜଣେ ଯୁବକ ଟାଙ୍ଗିଆରେ ହତ୍ୟା କରିଥିଲେ । ତେବେ ଅଭିଯୁକ୍ତ ଜଣକ ସେହି ଦିନୁଠାରୁ ଫେରାରଥେିଲେ। ପରିବାର ଲୋକ ଥାନାରେ ଅଭିଯୋଗ କରିଥିଲେ।

ସୂଚାଯୋଗ୍ୟ, ବିଜୁ ଓ ତାଙ୍କ ପରିବାର ସହ ମନୋଜଙ୍କ ପୂର୍ବରୁ ଶତ୍ରୁତା ଥିଲା। କିଛି ମାସ ପୂର୍ବରୁ ବିଜୁ ଓ ମନୋଜ ସହ ଝଗଡ଼ା ହୋଇଥଲା । ବିଜୁ ଜେଲ ଯାଇଥିଲେ। ସେଇ ରାଗ ରଖି ମନୋଜକୁ ହତ୍ୟା କରିଥିବା ଏସ୍‌ପି ଅଭିଳାଷ ଜି ସୂଚନା ଦେଇଛନ୍ତି l ମଙ୍ଗଳବାର ସିନ ରିକ୍ରେଶନ କଲା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri