ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ ଏସ୍‌ପି ଅଭିଳାଷ ଜି ଖବରଦାତା ସମ୍ମିଳନୀ କରି ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ଦେଇଛନ୍ତି । ବିଜୁ ସେଠଙ୍କୁ ଗିରଫ କରିବା ପରେ ହତ୍ୟା ପଛର କାରଣ ସାମ୍ନାକୁ ଆସିଛି ।

ଗତ ୧୩ ତାରିଖ ରାତିରେ ବଲାଙ୍ଗୀ ସହର ଉପକଣ୍ଠ ବିଷ୍ଣୁମୁଣ୍ଡା ଗାଁର ପାନଦୋକାନୀ ମନୋଜ ନାଏକଙ୍କୁ ହତ୍ୟା କରାଯାଇଥିଲା । ଲାଇନ ନ ଥିବା ସମୟରେ ଏହାର ସୁଯୋଗ ନେଇ ପୋଲ ଉପରେ ବସିଥିବା ମନୋଜଙ୍କୁ ଜଣେ ଯୁବକ ଟାଙ୍ଗିଆରେ ହତ୍ୟା କରିଥିଲେ । ତେବେ ଅଭିଯୁକ୍ତ ଜଣକ ସେହି ଦିନୁଠାରୁ ଫେରାରଥେିଲେ। ପରିବାର ଲୋକ ଥାନାରେ ଅଭିଯୋଗ କରିଥିଲେ।

ସୂଚାଯୋଗ୍ୟ, ବିଜୁ ଓ ତାଙ୍କ ପରିବାର ସହ ମନୋଜଙ୍କ ପୂର୍ବରୁ ଶତ୍ରୁତା ଥିଲା। କିଛି ମାସ ପୂର୍ବରୁ ବିଜୁ ଓ ମନୋଜ ସହ ଝଗଡ଼ା ହୋଇଥଲା । ବିଜୁ ଜେଲ ଯାଇଥିଲେ। ସେଇ ରାଗ ରଖି ମନୋଜକୁ ହତ୍ୟା କରିଥିବା ଏସ୍‌ପି ଅଭିଳାଷ ଜି ସୂଚନା ଦେଇଛନ୍ତି l ମଙ୍ଗଳବାର ସିନ ରିକ୍ରେଶନ କଲା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri