ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ: ସିବିଆଇ ଚଢ଼ାଉ ମାମଲା

କଟକ,୪।୭(କାର୍ତ୍ତିକ ସାହୁ): ବ୍ରିଜ୍‌ ଆଣ୍ଡ ରୁଫ୍‌ କର୍ପୋରେଶନ୍‌ ଲିମିଟେଡ୍‌ ଲାଞ୍ଚ ଘଟଣାରେ ଆଇଏଏସ୍‌ ଅଧିକାରୀ ବିଷ୍ଣୁପଦ ସେଠୀ ଓ ତାଙ୍କ ପରିବାରକୁ ଆଶ୍ୱସ୍ତି ମିଳିଛି। ବିଷ୍ଣୁପଦଙ୍କ ପକ୍ଷରୁ ଆଗତ ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ବିଚାରପତି ଭି. ନରସିଂହ ତାଙ୍କ ଆବେଦନକୁ ଗୁରୁବାର ମଞ୍ଜୁର କରିଛନ୍ତି। ପରବର୍ତ୍ତୀ ଶୁଣାଣି ଜୁଲାଇ ୮କୁ ଧାର୍ଯ୍ୟ ହୋଇଛି। ସୂଚନାନୁସାରେ, ବ୍ରିଜ୍‌ ଆଣ୍ଡ ରୁଫ୍‌ କର୍ପୋରେଶନ୍‌ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ଏକ ବିଲ୍‌ ପାସ୍‌ ପାଇଁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ହୋଇଥିବା ନେଇ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଉକ୍ତ ମାମଲାର ଏତଲାରେ ଆଇଏଏସ୍‌ ଅଧିକାରୀ ବିଷ୍ଣୁପଦଙ୍କ ନାମ ନ ଥିଲେ ମଧ୍ୟ ସିବିଆଇ ପକ୍ଷରୁ କିଛି ଦିନ ପୂର୍ବେ ତାଙ୍କ ଘରେ ଚଢ଼ାଉ କରାଯାଇ ରେକର୍ଡପତ୍ର ଯାଞ୍ଚ କରାଯାଇଥିଲା। ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଉକ୍ତ ଆବେଦନ ଉପରେ ହାଇକୋର୍ଟ ପ୍ରାଥମିକ ଅବସ୍ଥାରେ ସିବିଆଇ କାର୍ଯ୍ୟାନୁଷ୍ଠାନ ଉପରେ ରହିତାଦେଶ ଜାରି କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ହାଇକୋର୍ଟ ବିଷ୍ଣୁପଦଙ୍କ ଆବେଦନକୁ ଖାରଜ କରିଦେଇଥିଲେ। ଏହାପରେ ପୁଣି ବିଷ୍ଣୁପଦଙ୍କ ପକ୍ଷରୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri