ବିଶ୍ୱଭୂଷଣ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଅସ୍ତରଙ୍ଗ,୬ା୪(ପ୍ରଦୀପ୍ତ କୁମାର ଦୀକ୍ଷିତ): ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ବିଶ୍ୱଭୂଷଣ ଦାସ ଦଳରୁ ଇସ୍ତଫା ଦେବା ପରେ ଶୁକ୍ରବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ସେ କାକଟପୁର ନିର୍ବାଚନମଣ୍ଡଳୀରୁ ୨୦୦୯ ଓ ୨୦୧୯ରେ କଂଗ୍ରେସରୁ ବିଧାୟକ ପ୍ରାର୍ଥୀ ଭାବେ ଲଢି ହାରିଯାଇଥିଲେ। ତେବେ ସେ ୨୦୦୯ରେ ୫୮,୮୯୩ ଏବଂ ୨୦୧୯ରେ ୪୬,୨୦୬ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିଲେ। କିନ୍ତୁ ଏଥର ରାଜନୈତିକ ସମୀକରଣ ଓଲଟପାଲଟ ହୋଇଯାଇଛି। ତେଣୁ ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି।

ଏଠାରୁ କଂଗ୍ରେସ କାହାକୁ ଟିକେଟ ଦେବ ସେ ନେଇ ଅଙ୍କକଷା ସରୁନି। ଅନ୍ୟପଟେ ଭାଜପା ତରଫରୁ ଅନେକ ଆଶାୟୀ ଥିବାବେଳେ ଦଳ କାହାକୁ ଟିକେଟ ଦେବ ତାହାକୁ ନେଇ ମଧ୍ୟ ଚର୍ଚ୍ଚା ଥମୁନି। ଗତ କିଛିବର୍ଷ ହେବ କାକଟପୁର ନିର୍ବାଚନମଣ୍ଡଳୀରେ ଭାଜପା ନେତା ବାଇଧର ମଲ୍ଲିକ ସଙ୍ଗଠନକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ତେଣୁ ଦଳ ତାଙ୍କୁ ଟିକେଟ ଦେବା ନେଇ ଅସନ୍ତୁଷ୍ଟ କରି ନ ପାରେ। ଅନ୍ୟପଟେ ଭାଜପାରେ ନୂତନ ଭାବେ ସାମିଲ ହୋଇଥିବା ବିଶ୍ୱଭୂଷଣଙ୍କୁ ଦଳ ଟିକେଟ ଦେଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ପୁରୁଣା ନା ନୂଆ, କାହାକୁ ଭାଜପା ଭରସିବ ତାହା ଉପରେ ଏବେ ସମସ୍ତଙ୍କ ନଜର। ଅନ୍ୟପଟେ ଯଦି ଟିକେଟ ଦେବାରେ ଭୁଲଭାଲ ହେଲା ତେବେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷର ନିଆଁ କୁହୁଳିପାରେ ବୋଲି ସାଧାରଣରେ ଆଲୋଚନା ହେଉଛି। କାହାକୁ ଟିକେଟ ମିଳିବ ଓ କିଏ କଟିବେ ତାହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri