ବିଶ୍ୱଭୂଷଣ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଅସ୍ତରଙ୍ଗ,୬ା୪(ପ୍ରଦୀପ୍ତ କୁମାର ଦୀକ୍ଷିତ): ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ବିଶ୍ୱଭୂଷଣ ଦାସ ଦଳରୁ ଇସ୍ତଫା ଦେବା ପରେ ଶୁକ୍ରବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ସେ କାକଟପୁର ନିର୍ବାଚନମଣ୍ଡଳୀରୁ ୨୦୦୯ ଓ ୨୦୧୯ରେ କଂଗ୍ରେସରୁ ବିଧାୟକ ପ୍ରାର୍ଥୀ ଭାବେ ଲଢି ହାରିଯାଇଥିଲେ। ତେବେ ସେ ୨୦୦୯ରେ ୫୮,୮୯୩ ଏବଂ ୨୦୧୯ରେ ୪୬,୨୦୬ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିଲେ। କିନ୍ତୁ ଏଥର ରାଜନୈତିକ ସମୀକରଣ ଓଲଟପାଲଟ ହୋଇଯାଇଛି। ତେଣୁ ପ୍ରାର୍ଥୀ ଚୟନକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି।

ଏଠାରୁ କଂଗ୍ରେସ କାହାକୁ ଟିକେଟ ଦେବ ସେ ନେଇ ଅଙ୍କକଷା ସରୁନି। ଅନ୍ୟପଟେ ଭାଜପା ତରଫରୁ ଅନେକ ଆଶାୟୀ ଥିବାବେଳେ ଦଳ କାହାକୁ ଟିକେଟ ଦେବ ତାହାକୁ ନେଇ ମଧ୍ୟ ଚର୍ଚ୍ଚା ଥମୁନି। ଗତ କିଛିବର୍ଷ ହେବ କାକଟପୁର ନିର୍ବାଚନମଣ୍ଡଳୀରେ ଭାଜପା ନେତା ବାଇଧର ମଲ୍ଲିକ ସଙ୍ଗଠନକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ତେଣୁ ଦଳ ତାଙ୍କୁ ଟିକେଟ ଦେବା ନେଇ ଅସନ୍ତୁଷ୍ଟ କରି ନ ପାରେ। ଅନ୍ୟପଟେ ଭାଜପାରେ ନୂତନ ଭାବେ ସାମିଲ ହୋଇଥିବା ବିଶ୍ୱଭୂଷଣଙ୍କୁ ଦଳ ଟିକେଟ ଦେଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ପୁରୁଣା ନା ନୂଆ, କାହାକୁ ଭାଜପା ଭରସିବ ତାହା ଉପରେ ଏବେ ସମସ୍ତଙ୍କ ନଜର। ଅନ୍ୟପଟେ ଯଦି ଟିକେଟ ଦେବାରେ ଭୁଲଭାଲ ହେଲା ତେବେ ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷର ନିଆଁ କୁହୁଳିପାରେ ବୋଲି ସାଧାରଣରେ ଆଲୋଚନା ହେଉଛି। କାହାକୁ ଟିକେଟ ମିଳିବ ଓ କିଏ କଟିବେ ତାହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri