ବଲାଙ୍ଗୀରରେ ବିଶ୍ୱକର୍ମା ପୂଜା

ବଲାଙ୍ଗୀର, ୧୭।୯: ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ଗୁରୁବାର ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ବଲାଙ୍ଗୀର ନୂତନ ବସ ଟର୍ମିନାଲଠାରେ ଘରୋଇ ବସ ମାଲିକ ସଂଘ ପକ୍ଷରୁ ବିଶ୍ୱକର୍ମା ପୂଜା କରାଯାଇଥିଲା। ସହରର ଆଇନ ମହାବିଦ୍ୟାଳୟ ସ୍ଥିତ ରାସ୍ତାକଡ ଟ୍ରକ ଅପରେଟର ଆସୋସିଏଶନ ଅଫିସ ସମ୍ମୁଖରେ ଟ୍ରକ ଆସୋସିଏଶନ ପକ୍ଷରୁ ବିଶ୍ୱକର୍ମା ପୂଜା କରାଯାଇଥିଲା। ମୋନୋହରପୁର ରାସ୍ତା କଡରେ ଥିବା ଚସକା ଫ୍ୟାକ୍ଟରୀ,ସର୍କିଟ ହାଉସ ରାସ୍ତା କଡରେ ଜିଲା ବଢ଼େଇ ସଂଘ ଏବଂ ରାଜ୍ୟ ସଡକ ପରିବହନ ନିଗମ ଗ୍ୟାରେଜ, ସାଲେପାଲିସ୍ଥିତ ଚନ୍ଦ୍ରଜ୍ୟୋତି ଗ୍ୟାସ ଗୋଦାମ, ଖମାରମୁଣ୍ଡା ସ୍ଥିତ କେବିକେ ଆଇଟିଆଇ, ସଦାଇପାଲି ସାଇଟ ପରିସର, ଲର୍କୀ ପାଲି ସ୍ଥିତ ଆଇଟିଆଇ ପରିସରରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଥିଲା। ଏହା ସହିତ ସହରର ବିଭିନ୍ନ ଗ୍ୟାରେଜ, ସେଣ୍ଟର, ସୋ’ ରୁମଠାରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ହୋଇଛି। ଏହା ସହିତ ସହରରେ ବିଦ୍ୟୁତ ବିଭାଗ, ଅଟୋ -ଷ୍ଟାଣ୍ଡ, ଟ୍ୟାକ୍ସି ଷ୍ଟାଣ୍ଡ, ବିଭିନ୍ନ ଦୋକାନରେ ବିଶ୍ୱକର୍ମା ପୂଜା କରାଯାଇଛି। ଚଳିତବର୍ଷ ଅନେକ ସ୍ଥାନରେ ପୂଜା ମଣ୍ଡପରେ ବିଶକର୍ମାଙ୍କ ମୃଣ୍ମୟ ମୂର୍ତ୍ତି ଓ ମେଢ ବେଶ ଆକର୍ଷଣୀୟ ହୋଇଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?