ଶାହଜହାଁପୁରରୁ ଶିକୋଗୋର ଯାତ୍ରା

ଶାହଜହାଁପୁର,୧୭।୫: ବିବାହ ଏଭଳି ଏକ ବନ୍ଧନ ଯାହା ପୂର୍ବରୁ ନିର୍ଦ୍ଧାରିତ ହୋଇ ରହିଥାଏ ବୋଲି କୁହାଯାଏ। କିଏ କେଉଁଠି, ଆଉ କାହା ସହ ବିବାହ କରିବ ସେସବୁ ପୂର୍ବରୁ ନିର୍ଦ୍ଧାରିତ ହେବା ସହ ଶେଷ ମୁହୂର୍ତ୍ତ ଯାଏଁ ବି ଅନିଶ୍ଚିତତା ହୋଇ ରହିଥାଏ। ତେବେ କିଛି ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଉତ୍ତରପ୍ରଦେଶରେ। ଯେଉଁଠି ବିଦେଶୀ କନ୍ୟାର ହାତ ଧରିଛନ୍ତି ଦେଶୀ ବର। ଆଉ ଅନ୍‌ଲାଇନ୍‌ରେ ସାମିଲ ହୋଇଛନ୍ତି ବରଯାତ୍ରୀ। ଶାହଜହାଁପୁର ସ୍ଥିତ ରୋଶନଗଞ୍ଜରେ ରହୁଥିବା ଡ. ବିଶ୍ୱାସ ପାଣ୍ଡେଙ୍କ ଏହି ନିଆରା ବିବାହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ବିଶ୍ୱାସ ଆମେରିକାର ସିକାଗୋରେ ପୋଷ୍ଟ ଡକ୍ଟରାଲ ରିସର୍ଚ୍ଚ ଆସୋସିଏଟ୍‌ ଭାବେ କାର୍ଯ୍ୟରତ ଅଛନ୍ତି। ଅନ୍ୟପଟେ ୟୁରୋପର ସ୍ଲୋଭେନିଆ ବାସିନ୍ଦା ଡ.ମିତା ବେଲିଜିୟମ୍‌ ବୁସେଲ୍ସରେ କାଉନସିଲର ରହିଛନ୍ତି। ଗତ ବର୍ଷରୁ ବିଶ୍ୱାସ ଓ ମିତାଙ୍କ ବିବାହ ନିର୍ଦ୍ଧାରିତ ହୋଇଥିବା ବେଳେ ଉତ୍ତରପ୍ରଦେଶ ଶାହଜହାଁପୁରରେ ଏହା ଅନୁଷ୍ଠିତ ହେବାର ଥିଲା। କିନ୍ତୁ କରୋନା ସଙ୍କଟ ଯୋଗୁ ଅର୍ନ୍ତଜାତୀୟ ବିମାନ ବନ୍ଦ ହେବାରୁ ଗତ ବର୍ଷରୁ ସେମାନଙ୍କର ବିବାହ ସ୍ଥଗିତ ହୋଇ ରହିଥିଲା। କିନ୍ତୁ ଚଳିତ ବର୍ଷ ଅକ୍ଷୟ ତୃତୀୟ ଅବସରରେ ଘର ଲୋକଙ୍କ ସହମତିରେ ଦୁହେଁ ହିନ୍ଦୁ ରୀତିନୀତିରେ ଶିକାଗୋର କୃଷ୍ଣଙ୍କ ମନ୍ଦିରରେ ବିବାହ କରିଛନ୍ତି। ଆଉ ଏହି ଅବସରରେ ଉଭୟ ପରିବାର ଅନ୍‌ଲାଇନ୍‌ରେ ସାମିଲ ହୋଇ ନବଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇବା ସହ ଆର୍ଶୀବାଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri