‘ଦୂରଦୃଷ୍ଟି ନେତୃତ୍ୱ ମିଶନ ଶକ୍ତି ପ୍ରତିଭାର ବିକାଶ କରିଛି’

ଭୁବନେଶ୍ୱର,୨୦।୯(ବ୍ୟୁରୋ):କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ଅନୁଗୋଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଗତ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସଦସ୍ୟମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ସଦସ୍ୟମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରି କହିଥିଲେ ଯେ, ଖୁବ୍‌ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁଦାୟିତ୍ୱ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏହି ଦାୟିତ୍ୱ ଦେଇଥିଲେ। ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି। ଏପରି ଏକ ମର୍ଯ୍ୟାଦାପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରିଥିବାରୁ ମିଶନ ଶକ୍ତିର ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ନେତୃତ୍ୱ ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ରହିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ଏହାର ବଣ୍ଟନ ଦାୟିତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri