‘ଦୂରଦୃଷ୍ଟି ନେତୃତ୍ୱ ମିଶନ ଶକ୍ତି ପ୍ରତିଭାର ବିକାଶ କରିଛି’

ଭୁବନେଶ୍ୱର,୨୦।୯(ବ୍ୟୁରୋ):କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ଅନୁଗୋଳ ଜିଲାର ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଗତ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସଦସ୍ୟମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ସଦସ୍ୟମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରି କହିଥିଲେ ଯେ, ଖୁବ୍‌ କମ୍‌ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁଦାୟିତ୍ୱ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏହି ଦାୟିତ୍ୱ ଦେଇଥିଲେ। ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି। ଏପରି ଏକ ମର୍ଯ୍ୟାଦାପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରିଥିବାରୁ ମିଶନ ଶକ୍ତିର ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ନେତୃତ୍ୱ ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ରହିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ଗୋଷ୍ଠୀଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ଏହାର ବଣ୍ଟନ ଦାୟିତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri