ଧଉଳି, ଚିଲିକା ବୁଲନ୍ତୁ; ଡାଲମା, ରସଗୋଲାର ମଜା ନିଅନ୍ତୁ: ପ୍ରବାସୀ ଭାରତୀୟଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୮।୧: ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆରମ୍ଭ ହୋଇଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ସମ୍ବୋଧିକ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଜସ୍ର ସ୍ନେହ, ଶ୍ରଦ୍ଧାର ସହ ଆପଣଙ୍କ ଅପେକ୍ଷାରେ ଥିଲୁ। ଆଜି ଅପେକ୍ଷାର ଅନ୍ତ ହୋଇଛି। ଏହି ସଂପର୍କ ଆହୁରି ସୁଦୃଢ଼ ହେବ। ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ କଲଚୁରାଲ ଆମ୍ବାସଡର ହୋଇଥାନ୍ତି। ଆପଣଙ୍କ ସଫଳତା ଆମକୁ ଖୁସି ଦେଇଥାଏ। ଓଡ଼ିଶାର ସଂସ୍କୃତି, ଐତିହ୍ୟ ସ୍ବତନ୍ତ୍ର। ଭୁବନେଶ୍ବରରେ ଏହା ଆୟୋଜନ ହେଉଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ। ଧଉଳି, ଚିଲିକା ଭଳି ପର୍ଯ୍ୟଟନ ସ୍ଥଳୀ ଆପଣମାନେ ବୁଲନ୍ତୁ। ଡାଲମା, ରସଗୋଲା ଏବଂ ଛେନାପୋଡ ଭଳି ଓଡ଼ିଆ ଖାଦ୍ୟର ମଜା ନିଅନ୍ତୁ। ଏହି ଅବସରରେ ଭୁବନେଶ୍ବରରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଛି। ଆପଣମାନେ ସବୁ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖନ୍ତୁ। ଏହାଦ୍ବାରା ସମ୍ପର୍କ ଆହୁରି ମଜଭୁତ ହେବ, ଅତୁଟ ରହିବ।
ଏହି ଅବସରରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ ଜୟଶଙ୍କର କହିଛନ୍ତି,ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆମେ ବିକଶିତ ଭାରତ ଅଭିମୁଖେ ଯାଉଛୁ। କୋଭିଡ ସମୟରେ ଭାରତ ନିଜସ୍ବ ଟିକା ତିଆରି କରିଥିଲା। କେବଳ ଏତିକି ନୁହେଁ, ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା ହାସଲ କରିଛନ୍ତି ଭାରତ।
ସେହିପରି କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି,୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଆମର ଲକ୍ଷ୍ୟ। ବିକଶିତ ଭାରତ ପାଇଁ ଯୁବବର୍ଗଙ୍କ ଭାଗିଦାରୀ ଜରୁରୀ। ଦେଶର ହିତ ପାଇଁ ଯୁବବର୍ଗଙ୍କୁ ଯୋଗଦାନ କରିବାକୁ ହେବ। ଦେଶରେ ଏବେ ୨୦ ନାଗରିକରୁ ୧୩ ଜଣ ଯୁବ। ୧ ଲକ୍ଷ ଯୁବ ନେତୃତ୍ୱ ଗଠନ ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି। କୋଭିଡ ସମୟରେ ଯୁବ ବୈଜ୍ଞାନିକଙ୍କ ଅବଦାନକୁ ଭୁଲି ହେବନି।
ଏହି କାର୍ଯ୍ୟକ୍ରମରେ ୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କ ସହ ମୋଟ ୧୦ ହଜାର ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅତିଥିଙ୍କ ରହଣି ସ୍ଥାନ, କାର୍ଯ୍ୟକ୍ରମ ସ୍ଥଳ ଜନତା ମଇଦାନ ସହ ଭୁବନେଶ୍ୱର, କଟକ ଓ ପୁରୀର ପର୍ଯ୍ୟଟନ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।
ଆସନ୍ତା ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ମହାସମାବେଶ ଚାଲିବ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସ ଉତ୍ସବରେ ଯୋଗଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?