୫-ଟି ଆଇଟି ଉପଦେଷ୍ଟାଙ୍କ ସ୍କୁଲ ଓ ମୋ’ ସେବା କେନ୍ଦ୍ର ପରିଦର୍ଶନ

ପାଟଣା,୧୦ା୮(ବୀରକିଶୋର ଦାଶ): ଓଡ଼ିଶା ସରକାର ଆଇଟି ଡିପାର୍ଟମେଣ୍ଟର ଉପଦେଷ୍ଟା ଅନୁଭବ ପଟ୍ଟନାୟକ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ବିଭିନ୍ନ ୫ -ଟି ହାଇସ୍କୁଲ ସହ ମୋ ସେବାକେନ୍ଦ୍ର ପରିଦର୍ଶନ କରିଛନ୍ତି। ପାଟଣା ବ୍ଲକ ମୁଖ୍ୟାଳୟ ଗୋପୀନାଥ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ଶେଣୀଗୃହରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପ୍ରଶ୍ନ ପଚାରି ଥିଲେ। ଛାତ୍ରୀଛାତ୍ରଙ୍କ ଉତ୍ତରରେ ସେ ସନ୍ତୁଷ୍ଟ ପ୍ରକାଶ କରିଥିଲେ। ସେ ତାଙ୍କ ପ୍ରକ୍ରିୟାରେ କହିଛନ୍ତି ମୋ’ ସେବା କେନ୍ଦ୍ର ଜରିଆରେ ଲୋକମାନେ ଅଫିସକୁ ନ ଆସି ଗାଁରେ କିଭଳି ସରକାରୀ କାର୍ଯ୍ୟ କରିପାରିବେ ସେନେଇ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତ୍ୟେକ ଜିଲା ଓ ବ୍ଲକରେ ଆଇଟି କ୍ଷେତ୍ରରେ ନିଆଯାଇଥିବା ଇନ୍‌ସେଟିଭ୍‌କୁ ଆହୁରି କିଭଳି ଭଲ କରିହେବ ସେନେଇ ସରକାରଙ୍କୁ ତଥ୍ୟ ଦିଆଯିବ। ତାଙ୍କ ସହ ଜିଲା ଇ-ଗଭର୍ଣ୍ଣମେଣ୍ଟ ମ୍ୟାନେଜର ଭାଲେଣ୍ଟିନା ପୋଥାଳ, ଜିଲା ପରିଚାଳକ ମୋ’ ସେବା କେନ୍ଦ୍ରର ହିମାଂଶୁ ଶେଖର ସେଠୀ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ପାଟଣା ବିଡିଓ ଶିବଶଙ୍କର ମୁର୍ମୁ, ବଡ଼ପାଟଣା ସମିତିସଭ୍ୟ ମୋହନ ସୁନ୍ଦର ମହାନ୍ତ, ଜି ଏନ୍‌ ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତ, ବ୍ଲକ ସହକାରୀ ଯନ୍ତ୍ରୀ ସିଦ୍ଧ ମାଝି, ଯନ୍ତ୍ରୀ ଲାଖାଇ ମୁର୍ମୁ ,ଜିଲା ବିଜେଡି ସମ୍ପାଦକ ପ୍ରଶାନ୍ତ ଭଞ୍ଜ ପ୍ରମୁଖ ଉପସ୍ଥିତ ଥିଲେ। ଏଥିପୂର୍ବରୁ ସେ ପାଟଣା ବ୍ଲକ କେନ୍ଦେଇପଶି ସରକାରୀ ଉଚ୍ଚ ବିଦ୍ୟାଳୟ, ସାହାରପଡ଼ା ବ୍ଲକ ଉଦୟପୁର ସରକାରୀ ଉଚ୍ଚବିଦ୍ୟାଳୟ, ବିଲା ରାମଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରମୁଖ ପରିଦର୍ଶନ କରିଛନ୍ତି। ସାହାରପଡ଼ା ବ୍ଲକରେ ତାଙ୍କ ସହ ବିଡିଓ ବିଜୟ କୁମାର ନାୟକ, ବିଇଓ ଉତ୍ତମ କୁମାର ନାଏକ, ଏବିଓ ଦୟାନିଧି ପାତ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri